ଓଡିଶା

odisha

India Corona Report, ଦିନକରେ 15815 ସଂକ୍ରମିତ ଚିହ୍ନଟ

By

Published : Aug 13, 2022, 11:01 AM IST

ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 15,815 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 15,815 Fresh Covid Cases) । ଗୋଟିଏ ଦିନରେ 68 ଜଣଙ୍କ ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ

India Corona Report,ଦିନକରେ15,815 ସଂକ୍ରମିତ ଚିହ୍ନଟ,68 ମୃତ
India Corona Report,ଦିନକରେ15,815 ସଂକ୍ରମିତ ଚିହ୍ନଟ,68 ମୃତ

ନୂଆଦିଲ୍ଲୀ:ଦେଶରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ । ଗତ କିଛି ଦିନ ହେଲା ଦୈନିକ ସଂକ୍ରମଣ ମାମଲା 15 ହଜାର ଉପରେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 15,815 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 15,815 fresh Covid Cases) । ଗୋଟିଏ ଦିନରେ 68 ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ 20,018 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,35,93,112କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,19,264ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 4.36% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,996ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 207 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 24,43,064 ଜଣଙ୍କୁ ଟିକା ଦିଆଯାଇଛି ।

ABOUT THE AUTHOR

...view details