ଓଡିଶା

odisha

India Corona: ଦିନକରେ ଦେଶରେ ୪୫୧୦ ନୂଆ ସଂକ୍ରମିତ

By

Published : Sep 21, 2022, 9:44 AM IST

ଦେଶରେ ତଳମୁହାଁ କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 4,510 ଜଣ ନୂଆ ସଂକ୍ରମିତ । ଅଧିକ ପଢନ୍ତୁ

India Corona: ଦିନକରେ ୪୫୧୦ ନୂଆ ସଂକ୍ରମିତ
India Corona: ଦିନକରେ ୪୫୧୦ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଗତ କିଛିଦିନ ହେବ କ୍ରମାଗତ ଭାବେ ହ୍ରାସ ପାଉଛି ସଂକ୍ରମଣ (India witnesses decline in covid cases) । ଆଜି ମଧ୍ୟ ଦୈନିକ ସଂକ୍ରମଣ ମାମଲା 5 ହଜାର ତଳେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 4,510 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି (India Records 4,510 fresh Covid Cases) । ଗତକାଲି ଏହି ସଂଖ୍ୟା 4,043 ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସେହି ଅନୁପାତରେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 4,676 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,72,980ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 46,216ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.33%କୁ ବୃଦ୍ଧି ପାଇଛି । ଆଜି ପର୍ଯ୍ୟନ୍ତ 5,28,403 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.09 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି ।

ସାରା ଦେଶରେ ଆଜି ପର୍ଯ୍ୟନ୍ତ 216 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 12 ,27,054 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ:IIIT Delhi ରିସର୍ଚ୍ଚରଙ୍କ ନୂଆ ଉଦ୍ଭାବନ, କେମିକାଲ୍ସରେ କର୍କଟ ସୃଷ୍ଟିକାରୀ ଉପାଦନ ଚିହ୍ନିବ ସଫ୍ଟୱେୟାର

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' (COVID Vaccination Amrit Mahotsav) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ABOUT THE AUTHOR

...view details