ନୂଆଦିଲ୍ଲୀ:ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା 10 ହଜାର ତଳେ ରହିଛି (India witnesses decline in daily covid cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,664 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 5,664 fresh Covid Cases) । ଗତକାଲି ଏହି ସଂଖ୍ୟା 5,747 ଥିଲା । ଦେଶରେ ସଂକ୍ରମଣ କମିବା ସହ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 4,555 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,57,929ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 47,922ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.96%କୁ ବୃଦ୍ଧି ପାଇଛି । ଆଜି ପର୍ଯ୍ୟନ୍ତ 5,28,337 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.09 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି ।