ଓଡିଶା

odisha

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି, ଭୁବନେଶ୍ବର DCP କାର୍ଯ୍ୟାଳୟ ଘେରିଲା ମହିଳା କଂଗ୍ରେସ

By

Published : Oct 21, 2021, 6:34 PM IST

ଭୁବନେଶ୍ବର DCP ଅଫିସ ଘେରିଲା ମହିଳା କଂଗ୍ରେସ । କଳାହାଣ୍ଡି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଗୃହ ରାଷ୍ଚ୍ରମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି । ଅଧିକ ପଢନ୍ତୁ...

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି, ଭୁବନେଶ୍ବର DCP କାର୍ଯ୍ୟାଳୟ ଘରିଲା ମହିଳା କଂଗ୍ରେସ
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି, ଭୁବନେଶ୍ବର DCP କାର୍ଯ୍ୟାଳୟ ଘରିଲା ମହିଳା କଂଗ୍ରେସ

ଭୁବନେଶ୍ବର:କଳାହାଣ୍ଡି ଘରୋଇ କଲେଜ ଶିକ୍ଷୟିତ୍ରୀ ମମିତା ମେହେର ଅପହରଣ ଓ ହତ୍ୟା ଘଟଣାରେ DCPଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ରାଜ୍ୟ ମହିଳା କଂଗ୍ରେସ । ମୁଖ୍ୟ ଅଭିଯୁକ୍ତ ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପର୍କ ରହିଥିବାବେଳେ ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଭୁବନେଶ୍ବର DCP କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ମହିଳା କଂଗ୍ରେସର ଶତାଧିକ କର୍ମକର୍ତ୍ତା ।

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଭୁବନେଶ୍ବର DCP କାର୍ଯ୍ୟାଳୟ ଘରିଲା ମହିଳା କଂଗ୍ରେସ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ନିହାତି ଆବଶ୍ୟକ ବୋଲି ଦାବି କରିଛି ଦଳ । ଯଦି ମହିଳାଙ୍କ ପାଇଁ ସମ୍ମାନ ଅଛି ତେବେ ମନ୍ତ୍ରୀଙ୍କୁ ବରଖାସ୍ତ କରନ୍ତୁ ବୋଲି ମହିଳା କଂଗ୍ରେସ ରାଜ୍ୟ ସରକାରଙ୍କୁ ଆହ୍ବାନ ଦେଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details