ଓଡିଶା

odisha

ଅଫେରା ରାଇଜରେ ରାଇମୋହନ, ଶୋକରେ ବୁଡିଲା ସିନେଜଗତ

By

Published : Jun 24, 2022, 4:32 PM IST

Updated : Jun 24, 2022, 8:23 PM IST

ରାଇମୋହନ ପରିଡାଙ୍କୁ ଶ୍ରଦ୍ଧାଞ୍ଜଳି
ରାଇମୋହନ ପରିଡାଙ୍କୁ ଶ୍ରଦ୍ଧାଞ୍ଜଳି

ରାଇମୋହନ ପରିଡା ଆତ୍ମହତ୍ୟାକୁ ନେଇ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି । ଏପରି ଜଣେ ବିଶିଷ୍ଟ କଳାକାରଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିବା ସହ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ଓଡିଆ ସିନେମାର ପ୍ରସିଦ୍ଧ ଖଳନାୟକ ରାଇମୋହନ ପରିଡା ତାଙ୍କ ଭୁବନେଶ୍ବର ସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ଯାହାକୁ ନେଇ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି । ଏପରି ଜଣେ ମହାନ କଳାକାରଙ୍କୁ ହରାଇ ସ୍ତବ୍ଧ ହୋଇଯାଇଛି ସିନେଜଗତ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇ ଲେଖିଛନ୍ତି, ‘‘ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ।’’

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବାର୍ତ୍ତାରେ ଲେଖିଛନ୍ତି, ‘‘ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଭଳି ଜଣେ ପ୍ରତିଭାବାନ ବ୍ୟକ୍ତିଙ୍କ ମୃତ୍ୟୁକୁ ବିଶ୍ୱାସ କରି ହେଉନାହିଁ । ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ କେହି ନେଇପାରିବେ ନାହିଁ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।’’

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated :Jun 24, 2022, 8:23 PM IST

ABOUT THE AUTHOR

...view details