ଓଡିଶା

odisha

BSKY ସ୍ମାର୍ଟକାର୍ଡ ବଣ୍ଟନ ସହ ୫୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

By

Published : Sep 14, 2021, 4:26 PM IST

Updated : Sep 14, 2021, 9:29 PM IST

BSKY ସ୍ମାର୍ଟ କାର୍ଡ ବଣ୍ଟନ ସହ ୫୮୦ କୋଟି ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
BSKY ସ୍ମାର୍ଟ କାର୍ଡ ବଣ୍ଟନ ସହ ୫୮୦ କୋଟି ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ()

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡର ଶୁଭାରମ୍ଭ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଭୁବନେଶ୍ବର/ସୁନ୍ଦରଗଡ଼:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡର ଶୁଭାରମ୍ଭ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ମାଲକାନଗିରି ପରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ପରେ ଦ୍ବିତୀୟ ଜିଲ୍ଲା ଭାବେ ସୁନ୍ଦରଗଡରେ ଏହି କାର୍ଡ ବଣ୍ଟନ ହୋଇଛି ।

BSKY ସ୍ମାର୍ଟକାର୍ଡ ବଣ୍ଟନ ସହ ୫୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଅଗଷ୍ଟ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ପ୍ରଥମ କରି ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଥିଲେ । ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଗରିବ ଲୋକ ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡି ମଧ୍ୟ ବିକ୍ରି କରିବାକୁ ବାଧ୍ୟ ହୁଅନ୍ତ । ପିଲାଙ୍କ ପାଠପଢା ବନ୍ଦ କରନ୍ତି ।ଏହାକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ "ଏହା ମୋତେ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ ।"

ରାଉରକେଲାରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାଶ ମଧ୍ୟ ଯୋଗ ଦେଇଥିଲେ । ଏହି ଅବସରରେ ସେ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଛନ୍ତି । ରାଜ୍ୟରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା, ମେଡ଼ିକାଲ କଲେଜ ପ୍ରତିଷ୍ଠା ଓ ବିଜୁ ସ୍ବାସ୍ଥ୍ୟ କାର୍ଡ ଭଳି ଅନନ୍ୟ କାର୍ଯ୍ୟକ୍ରମକୁ ସେ ଉଚ୍ଚ ପ୍ରଶଂସା କରିଛନ୍ତି । ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନାକୁ ପ୍ରଶଂସା କରିଛନ୍ତି ।

ସୁନ୍ଦରଗଡ଼ରେ ଦ୍ବିତୀୟ ଏମ୍ସ ପ୍ରୟାସ

ସୁନ୍ଦରଗଡରେ ଦ୍ବିତୀୟ ଏମ୍‌ସ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ରାଜ୍ୟ ସରକାର ତାଙ୍କର ପ୍ରୟାସ ଜାରି ରଖିବେ । ଦେଶ ପାଇଁ ଅଲ୍‌ମ୍ପିକ୍‌ରେ ଗୌରବ ଆଣିଥିବା ସୁନ୍ଦରଗଡବାସୀଙ୍କ ଏହି ନ୍ୟାୟପୂର୍ଣ୍ଣ ଦାବି ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ସରକାର ତାଙ୍କର ଉଦ୍ୟମକୁ ଆହୁରି ଜୋରଦାର କରିବେ ।

୫୮୦.୮୨ କୋଟିର ପ୍ରକଳ୍ପର ଶୁଭାରମ୍ଭ

ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ ଓ ସୁନ୍ଦରଗଡ଼ରୁ ହରିହର ଦାସ ମହାପାତ୍ର, ଇଟିଭି ଭାରତ

Last Updated :Sep 14, 2021, 9:29 PM IST

ABOUT THE AUTHOR

...view details