ଓଡିଶା

odisha

ଆଭ୍ୟନ୍ତରୀଣ ଓଡିଶାରେ ଲଘୁଚାପ ଦୁର୍ବଳ, ଦକ୍ଷିଣରେ ବର୍ଷିବ

By

Published : Aug 30, 2019, 5:45 PM IST

ଆଭ୍ୟନ୍ତରୀଣ ଓଡ଼ିଶାରେ ଲଘୁଚାପ ଦୁର୍ବଳ । ଏକ ମୌସୁମୀ ଟ୍ରଫ ଲାଇନ ବର୍ତ୍ତମାନ ରାଜସ୍ଥାନ, ଗବଳିଆର, ଝାରସୁଗୁଡା ଭୁବନେଶ୍ବର ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଫଳରେ 4ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶାରେ ଲଘୁଚାପ ଦୁର୍ବଳ । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳ ଓଡିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ହେବ । ଏକ ମୌସୁମୀ ଟ୍ରଫ ଲାଇନ ବର୍ତ୍ତମାନ ରାଜସ୍ଥାନ, ଗବଳିଆର, ଝାରସୁଗୁଡା ଭୁବନେଶ୍ବର ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ସୂଚନା ଦେଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ସେହିପରି କଟକ, ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲା ଗୁଡିକରେ ଘଡଘଡି ବର୍ଷା ହେବ ବୋଲି ପାଣିପାଗ ବିଭାଗ କର୍ତ୍ତୃପକ୍ଷ କହିଛନ୍ତି । ଗତ ୨୪ ଘଣ୍ଟା ଭିତରେ ଭଦ୍ରକ ଜିଲ୍ଲାର ଆଖୁଆପଦାଠାରେ ସର୍ବାଧିକ ୧୩୩.୮ ମିମି ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ଼.ହବିବୁର ରେହମାନ ବିଶ୍ବାସ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

ABOUT THE AUTHOR

...view details