ଓଡିଶା

odisha

ପବିତ୍ର ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ, ଫଗୁ ଖେଳିବେ ମହାପ୍ରଭୁ

By

Published : Mar 18, 2022, 10:41 AM IST

Updated : Mar 18, 2022, 12:38 PM IST

ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଆଜି ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଛି । ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି ଭକ୍ତ । ଅଧିକ ପଢନ୍ତୁ

ପବିତ୍ର ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ
ପବିତ୍ର ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀମନ୍ଦିର । ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଆଜି ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଛି । ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ପାଇଛନ୍ତି ଭକ୍ତ ।

ପବିତ୍ର ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ଭାଗ୍ୟରେ ଥିଲେ ଏହି ଦର୍ଶନ ମିଳିଥାଏ ବୋଲି ବିଶ୍ଵାସ ରହିଛି । କାରଣ ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣମୀ। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ବର ବା ସୁନାବେଶ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ ଟାରେ ଦ୍ବାରଫିଟା, ୪ ଟାରେ ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା ପରେ ସ୍ବର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇଁ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦିକ୍ଷଣ କରିବେ। ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ବନି ସହ ଫଗୁ, ଅବିର ଖେଳ ମଧ୍ୟରେ ଠାକୁରଙ୍କ ବିମାନ ଦୋଳବେଦୀକୁ ବିଜେ କରି ଦୋଳବେଦୀ ତଳେ ଓ ଉପରେ ସାତଘେରା ଲେଖାଏଁ ପ୍ରଦକ୍ଷଣ କରିବା ପରେ ଦୋଳରେ ବସି ଝୁଲିବେ। ଏହାପରେ ମହାପ୍ରଭୁଙ୍କର ଅନ୍ୟନ୍ୟ ନୀତି, କାନ୍ତି ଦୋଳବେଦୀରେ ଅନୁଷ୍ଠିତ ହୋଇଥାଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର,ଇଟିଭି ଭାରତ

Last Updated : Mar 18, 2022, 12:38 PM IST

ABOUT THE AUTHOR

...view details