ଓଡିଶା

odisha

ଚାଷୀଙ୍କୁ ମିଳୁନି ଫସଲ ବୀମା, କେନ୍ଦ୍ର ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

By

Published : Oct 30, 2022, 9:34 PM IST

ଆସନ୍ତାକାଲି (ସୋମବାର) ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିବ ବିଜେଡି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ବଞ୍ଚିତ ହେଉଥିବାରୁ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବ । ଏନେଇ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ବିଜେଡି ରାଜ୍ୟ ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର । ଅଧିକ ପଢନ୍ତୁ

ଚାଷୀଙ୍କୁ ମିଳୁନି ଫସଲ ବୀମା, କେନ୍ଦ୍ର ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି
ଚାଷୀଙ୍କୁ ମିଳୁନି ଫସଲ ବୀମା, କେନ୍ଦ୍ର ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

ବରଗଡ଼: ଆସନ୍ତାକାଲି ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମଖରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ବଞ୍ଚିତ ହେଉଥିବାରୁ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି କହିଛନ୍ତି ଅତାବିରା ବିଧାୟିକା ତଥା ବିଜେଡି ରାଜ୍ୟ ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର । ଏନେଇ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦିଆଯାଇଛି ।

ଚାଷୀଙ୍କୁ ମିଳୁନି ଫସଲ ବୀମା, କେନ୍ଦ୍ର ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

ଆଜି ବିଜେଡି ପକ୍ଷରୁ ବରଗଡ ଗଣପତି ହୋଟେଲରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଏଥିରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ବଞ୍ଚିତ ହେଉଥିବା ଅଭିଯୋଗ କରିଛି ବିଜେଡି । ଏନେଇ ଆସନ୍ତାକାଲି (ସୋମବାର) ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯିବ ବୋଲି କହିଛନ୍ତି ଅତାବିରା ବିଧାୟିକା ତଥା ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର । ତେବେ ଆସନ୍ତା ୧୫ ଦିନ ମଧ୍ୟରେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ପ୍ରାପ୍ୟ ନଦେଲେ ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି ବିଜେଡି ।

ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ରାଜ୍ୟ ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି, "ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ସବୁବେଳେ ଚାଷୀଙ୍କ ସହିତ ଅଛି । କେନ୍ଦ୍ର ସରକାର କାଳ ବିଳମ୍ବ ନକରି ତୁରନ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ପ୍ରାପ୍ୟ ରାଶି ପ୍ରଦାନ କରନ୍ତୁ । ଏହି ଦାବିରେ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବୁ ।" ସେହିଭଳି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର କହିଛନ୍ତି, "ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଶ୍ଚିମ ଓଡିଶାର ଚାଷୀଙ୍କ ୫୦୦ କୋଟି ଟଙ୍କା ବକେୟା ରଖିଛନ୍ତି କେନ୍ଦ୍ର ସରକାର । ରାଜ୍ୟ ସରକାର ସବୁବେଳେ ଚାଷୀଙ୍କ ସମସ୍ୟା ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କଲେ ସୁଦ୍ଧା କେନ୍ଦ୍ର ସରକାରଙ୍କର ଚାଷୀଙ୍କ ପ୍ରତି ବୈମାତୃକ ମନୋଭାବ ରଖିବା ଅତ୍ୟନ୍ତ ପରିତାପର ବିଷୟ ।"

ଇଟିଭି ଭାରତ, ବରଗଡ଼

ABOUT THE AUTHOR

...view details