ଓଡିଶା

odisha

ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ଦମ୍ପତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

By

Published : Aug 12, 2023, 10:50 PM IST

ଗତକାଲି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 41 ଓ 42ତମ ଶିଶୁଙ୍କୁ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ପୃଥକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ । ଅଧିକ ପଢନ୍ତୁ

couple adopted child from gajapati
couple adopted child from gajapati

couple adopted child

ଗଜପତି:ପଶ୍ଚିମବଙ୍ଗ ଓ ଉତ୍ତର ପ୍ରଦେଶ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ । ଗତକାଲି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 41 ଓ 42ତମ ଶିଶୁଙ୍କୁ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ପୃଥକ ପୃଥକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ।

ସୂଚନା ଅନୁଯାୟୀ, ପ୍ରତିପାଳନ କରିବାରେ ଅସମର୍ଥ ପରିବାରମାନଙ୍କ ଦ୍ବାରା ଏହି ଦୁଇଟି ଶିଶୁ ସମର୍ପିତ ହୋଇଥିଲେ। ଉକ୍ତ ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରନିସାନ୍ ଶାଲୋମ୍ ରେ ରଖାଯିବା ସହ ପୋଷ୍ୟ ସନ୍ତାନ ନିମନ୍ତେ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତୀ ମୁହୂର୍ତ୍ତରେ ଉକ୍ତ ଶିଶୁ ଦ୍ବୟଙ୍କୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯାହାଦ୍ବାରା ଶିଶୁମାନେ ପୋଷ୍ୟ ଭାବେ ଯେ କୌଣସି ଦମ୍ପତିଙ୍କ ପାଖକୁ ଯାଇ ପାରିବେ ବୋଲି ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।

ଏନେଇ ଅନ୍ୟପଟେ ୩ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁମାନଙ୍କୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତୀ ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଗତକାଲି ଶିଶୁମାନଙ୍କୁ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ପୃଥକ ପୃଥକ ଦୁଇ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରି ଦିଆଯାଇଥିଲା।

ଏହା ମଧ୍ୟ ପଢନ୍ତୁ- କଟକ ସାଇ ଗଲା ଜର୍ମାନୀ, ମିଳିଲା ନୂଆ ପରିଚୟ

ତେବେ ଏହି ଶିଶୁ ମାନଙ୍କ ମଧ୍ୟରେ ଗୋଟିଏ ପୁତ୍ର ସନ୍ତାନ ହୋଇଥିଲା ବେଳେ ତାହାର ବୟସ 6 ବର୍ଷ । ସେହିପିର ଅନ୍ୟ ଶିଶୁଟି ୩ ମାସର କନ୍ୟା ସନ୍ତାନ ହୋଇଥିବା ଜଣାପଡିଛି । ତେବେ ଶିଶୁମାନଙ୍କୁ ପାଇଁ ଦମ୍ପତ୍ତି ଦ୍ବୟ ବେଶ ଖୁସି ଥିବା ଲକ୍ଷ୍ୟ ଜଣାପଡିଛି। ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଇଟିଭି ଭାରତ, ଗଜପତି

ABOUT THE AUTHOR

...view details