ଓଡିଶା

odisha

ବିରଜା ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

By

Published : Dec 17, 2020, 6:15 PM IST

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ମନ୍ଦିର ଖୋଲିବା ନେଇ ମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ । ଅଧିକ ପଢନ୍ତୁ...

ବିରଜା ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ବିରଜା ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଯାଜପୁର:ରାଜ୍ୟରେ କୋରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ପୁରୀ ଶ୍ରୀମନ୍ଦିର ଏବଂ ଭୁବନେଶ୍ବରର ଲିଙ୍ଗରାଜ ମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମାତ୍ର ବିରଜା ମନ୍ଦିର ଖୋଲିବା ନେଇ କୌଣସି ଘୋଷଣା ହୋଇନାହିଁ । ଏହାର ପ୍ରତିବାଦ କରି ମୁକ୍ତି ମଣ୍ଡପ ସେବାୟତଙ୍କ ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ବିରଜା ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଗତ 9 ମାସ ଧରି ମନ୍ଦିର ବନ୍ଦ ହେବା ଫଳରେ ସେବାୟତମାନେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଉକ୍ତ ଦାବିପତ୍ରରେ ଉଲ୍ଲେଖ ଅଛି । ସେଥିପାଇଁ ପୂର୍ବରୁ ମନ୍ଦିର ଖୋଲିବା ପାଇଁ ସେବାୟତ ପରିଷଦ ପକ୍ଷରୁ ଦାବି କରାଯାଇଥିଲା । ହେଲେ ଆଜି ଯାଏଁ ଜିଲ୍ଲା ପ୍ରଶାସନ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ । ତେଣୁ ପୁଣି ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ମହିରି ପ୍ରସାଦ ମହାନ୍ତିଙ୍କୁ ପ୍ରଦାନ କରାଯାଇ ମନ୍ଦିର ଖୋଲିବା ପାଇଁ ଅନୁରୋଧ କରାଯାଇଛି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ABOUT THE AUTHOR

...view details