ଓଡିଶା

odisha

Matric Exam: ତ୍ରୁଟିଶୂନ୍ୟ ମାଟ୍ରିକ ପରୀକ୍ଷା ପରିଚାଳନା ଉପରେ ସିଏସଙ୍କ ଗୁରୁତ୍ୱ

By

Published : Mar 5, 2023, 8:04 AM IST

Updated : Mar 5, 2023, 8:46 AM IST

ମାର୍ଚ୍ଚ 10 ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ତ୍ରୁଟିଶୂନ୍ୟ ମାଟ୍ରିକ ପରୀକ୍ଷା ପରିଚାଳନା ଉପରେ ସିଏସ ପ୍ରଦୀପ କୁମାର ଜେନା ଗୁରୁତ୍ବ ଦେଇଛନ୍ତି । ଅଧିକ ପଢନ୍ତୁ

ତ୍ରୁଟିଶୂନ୍ୟ ମାଟ୍ରିକ ପରୀକ୍ଷା ପରିଚାଳନା ଉପରେ ସିଏସଙ୍କ ଗୁରୁତ୍ୱ
Matric Exam 2023

ଭୁବନେଶ୍ବର:ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷାର ଆରମ୍ଭ ହେବ । ଏହା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମାଟ୍ରିକ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସିଏସଙ୍କ ଅଧ୍ୟକ୍ଷତାରେ ଭିସି ମାଧ୍ୟମରେ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ସମସ୍ତ ଜିଲ୍ଲାପାଳ, ଏସପି, ଜିଲ୍ଲା ଶିକ୍ଷା ଅଧିକାରୀ ଯୋଗ ଦେଇଛନ୍ତି । ବୈଠକରେ ତ୍ରୁଟିଶୂନ୍ୟ ମାଟ୍ରିକ ପରୀକ୍ଷା ପରିଚାଳନା ଉପରେ ଗୁରୁତ୍ବ ଦିଆଯାଇଛି ।

ସଫଳତାର ସହ ତ୍ରୁଟିଶୂନ୍ୟ ଭାବେ ମାଟ୍ରିକ ପରୀକ୍ଷାକୁ ପରିଚାଳନା କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଗୁରୁତ୍ବାରୋପ କରିଛନ୍ତି । ପରୀକ୍ଷା ହଲକୁ ଯାଉଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷା ପରିଚାଳନା ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଭଲଭାବେ ଯାଞ୍ଚ କରି କେନ୍ଦ୍ର ମଧ୍ୟକୁ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ସିଏସ । ସମସ୍ତ ପରୀକ୍ଷା କେନ୍ଦ୍ର ନିମନ୍ତେ ଆବଶ୍ୟକୀୟ ପର୍ଯ୍ୟବେକ୍ଷକ ଓ ଫ୍ଲାଇଙ୍ଗ୍‌ ସ୍କ୍ବାର୍ଡ ମୁତୟନ ଉପରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ପ୍ରଶ୍ନପତ୍ର ଓ ଉତ୍ତର ଖାତା ରହୁଥିବା ଷ୍ଟ୍ରଙ୍ଗ ରୁମରେ ୨୪ ଘଣ୍ଟିଆ କଡା ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷା କର୍ମୀ ମୁତୟନ, ବିଦ୍ୟୁତ ଏବଂ ପିଇବା ପାଣି ବ୍ୟବସ୍ଥା ସହ ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ଶାସନ ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ବି ପଢନ୍ତୁ...ଅପରାଜିତାଙ୍କୁ ସୁଲତାଙ୍କ କଡ଼ା ଜବାବ: ମୁଖ୍ୟମନ୍ତ୍ରୀଙ୍କ କାମ କଥା କହେ, ବ୍ରାଣ୍ଡିଂ ଲୋଡ଼ାନାହିଁ

ଏଥର ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମାରେ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ । ମୋଟ ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ । ପରୀକ୍ଷା ନିମନ୍ତେ କେନ୍ଦ୍ର ଗୁଡିକୁ ପ୍ରଶ୍ନପତ୍ର ପଠେଇବା ଆରମ୍ଭ ହୋଇଯାଇଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଛି । ପରୀକ୍ଷା ନିମନ୍ତେ ୨୨ଟି ପୋଲିସ ଷ୍ଟେସନକୁ ମିଶାଇ ମୋଟ ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି ।

ଏଥି ମଧ୍ୟରେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଏବଂ ମାଲକାନଗିରିରେ ୧୦ଟି ପୁଲିସ ଷ୍ଟେସନରେ ନୋଡାଲ ସେଣ୍ଟର କରାଯାଇଛି । ପରୀକ୍ଷା ଶେଷ ହେବା ପରେ ୫୬ଟି କେନ୍ଦ୍ରରେ ଖାତାଦେଖା ଆରମ୍ଭ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ । ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ବଥି.ଏସ୍‌, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମଶିଷ ହାଜରା, ଉପସଭାପତି ନିହାର ରଞ୍ଜନ ମହାନ୍ତି, ନିର୍ଦ୍ଦେଶକ ସୁଶାନ୍ତ ଦାଶ, ଅତିରିକ୍ତ ସଚିବ ଅଶ୍ବିନୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Mar 5, 2023, 8:46 AM IST

ABOUT THE AUTHOR

...view details