ଓଡିଶା

odisha

Cyclone Sitrang: ଜିଲ୍ଲା ପ୍ରଶାସନ ପ୍ରସ୍ତୁତ, ଭୟଭୀତ ନହେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

By

Published : Oct 21, 2022, 7:52 AM IST

ବାତ୍ୟା ସମ୍ପର୍କିତ ସଠିକ ତଥ୍ୟ ଏଯାବତ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ଚିତ୍ର ମିଳିନାହିଁ । ହେଲେ ବାତ୍ୟା ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଅଧିକ ପଢନ୍ତୁ

Cyclone sitrang  : ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ, ଭୟଭୀତ ନହେବାକୁ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳଙ୍କ ପରାମର୍ଶ
Cyclone sitrang : ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ, ଭୟଭୀତ ନହେବାକୁ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳଙ୍କ ପରାମର୍ଶ

ଖୋର୍ଦ୍ଧା:ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟି ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି । ଏନେଇ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଭର୍ଚ୍ୟୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଓସୱାନ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି ଓ ଭୟଭୀତ ନହେବାକୁ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

Cyclone sitrang : ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ, ଭୟଭୀତ ନହେବାକୁ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲାରେ ଥିବା ସମସ୍ତ ୫୧ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି । ଆବଶ୍ୟକ ପଡିଲେ ବିଭିନ୍ନ ସରକାରୀ ଗୃହକୁ ଆଶ୍ରୟସ୍ଥଳୀ ଭାବେ ପ୍ରସ୍ତୁତ ରଖାଯିବ । ଏଥିନିମନ୍ତେ ଆନୁଷଙ୍ଗିକ ଭିତ୍ତିଭୂମି ଯାଞ୍ଚ କରିବାକୁ ବିଡିଓ ଓ ତହସିଲଦାର ମାନଙ୍କୁ ପରାମର୍ଶ ଦିଆଯାଇଛି ।

ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଜିଲ୍ଲା ସମେତ ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀ ମାନଙ୍କୁ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ନା ପ୍ରସବା ମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯିବ । ବୟସ୍କ ବ୍ୟକ୍ତି, ଶିଶୁ ମାନଙ୍କ ସ୍ବାସ୍ଥ୍ୟ ଓ ଯତ୍ନ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି । ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବ । ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ କୋଭିଡ ନିୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।

ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ନିମନ୍ତେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବା ନିମନ୍ତେ କୃଷକ ବନ୍ଧୁ ମାନଙ୍କୁ ପରାମର୍ଶ ଦିଆଯାଇଛି ।

ଏହାମଧ୍ୟ ପଢ଼ନ୍ତୁ.cyclone sitrang: ଜିଲ୍ଲା ପ୍ରଶାସନର ପ୍ରସ୍ତୁତି, ଭୟଭୀତ ନହେବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ଜିଲ୍ଲାର କେତେକ ଅଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା ସୃଷ୍ଟି କରାଯିବ । ଆବଶ୍ୟକସ୍ଥଳେ ବାତ୍ୟା ପରବର୍ତ୍ତୀ ପରିସ୍ଥିତିର ମୁକାବିଲା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ କୁହାଯାଇଛି । ସମ୍ପୃକ୍ତ ବିଡିଓ ମାନେ ବ୍ଲକସ୍ତରରେ ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ ସହ ବୈଠକ କରି ସଜାଗ ରହିବା ନିମନ୍ତେ ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ରାଜସ୍ବ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ତିତ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏସ୍.କେ ମୁର୍ମୁ, ଜରୁରୀକାଳୀନ ଅଧିକାରୀ ଉର୍ମିପ୍ରଭା ମହାରଣା, ଯୋଗ‍ାଣ ଅଧିକାରୀ ସୁଗୁଡା ମୁର୍ମୁ, ଜିଲ୍ଲା ଶିକ୍ଷାଧିକାରୀ ବିଶ୍ବନାଥ ତରାଇ, ବିଡିଓ ଓ ତହସିଲଦାର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଇଟିଭି ଭାରତ, ଖୋର୍ଦ୍ଧା

ABOUT THE AUTHOR

...view details