ଓଡିଶା

odisha

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା, ରାଜ୍ୟରେ ମେଘୁଆ ପାଗ

By ETV Bharat Odisha Team

Published : Dec 3, 2023, 11:51 AM IST

Updated : Dec 3, 2023, 5:19 PM IST

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ରାଜ୍ୟରେ ଦେଖାଯିବ ବାତ୍ୟାର ପ୍ରଭାବ । ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ରର ନେଲୋର ଓ ମଛଲିପଟ୍ଟନମରେ ଉପକୂଳ ଛୁଇଁପାରେ ବାତ୍ୟା । ଅଧିକ ପଢନ୍ତୁ

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମିଞ୍ଚାଉଙ୍ଗ । ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ଆଜି ବାତ୍ୟାର ରୂପ ନେଇଛି । ଗଭୀର ଅବପାତ ଘଣ୍ଟା ପ୍ରତି ୫ କି.ମି. ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି ।

ଆସନ୍ତାକାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ରପ୍ରଦେଶର ନେଲୋର ଓ ମଛଲିପଟ୍ଟନମରେ ଉପକୂଳ ଛୁଇଁପାରେ ବାତ୍ୟା । ଏହି ସମୟରେ ଘଣ୍ଟା ପ୍ରତି ପବନର ବେଗ 80ରୁ 90 ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି ।

ସେପଟେ ଓଡିଶାର ଅଧିକାଂଶ ଜିଲ୍ଲାରେ ଏହି ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଆଉ ମଧ୍ୟ ଉପକୂଳ ଜିଲ୍ଲା ସମେତ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ଗୋଟିଏ 2ଟି ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିପାରେ ।ଅନ୍ଯ ଜିଲ୍ଲାଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ଏହାମଧ୍ୟ ପଢନ୍ତୁ.. ସମ୍ଭାବ୍ୟ ବାତ୍ୟା, କାଲିଠୁ ୭ଯାଏଁ ରାଜ୍ୟରେ ବର୍ଷା !

ସେହିପରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ,ପୁରୀର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ବେଳେ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ତେବେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକରେ 7ସେମିରୁ 11 ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଏହାପରେ 5 ତାରିଖରୁ ବର୍ଷାର ପରିମାଣ ଆହୁରି ବଢିପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ବର୍ଷାର ପରିମାଣ 7ସେମିରୁ 20 ସେମି ମଧ୍ୟରେ ରହିପାରେ । ଅନ୍ୟପଟେ ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ 7 ସେମିରୁ 11 ସେମି ମଧ୍ୟରେ ବର୍ଷା ହୋଇପାରେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Dec 3, 2023, 5:19 PM IST

ABOUT THE AUTHOR

...view details