ଓଡିଶା

odisha

Assembly Winter session: ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ

By

Published : Nov 24, 2022, 11:54 AM IST

Updated : Nov 24, 2022, 12:23 PM IST

ଶୀତ ଅଧିବେଶନ ଆରମ୍ଭ: ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ

ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଗୃହକାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି(Odisha Assembly Winter session) । ଗୃହକାର୍ଯ୍ୟ ପ୍ରାରମ୍ଭରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ସିପିଆଇ(ଏମ) ନେତା ଲକ୍ଷଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସ୍ୱାଗତ କରିଛନ୍ତି । ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ଚରଣ ସେଠୀ, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ ଏବଂ ଅନ୍ୟ ତିନି ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି ।

Assembly Winter session: ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ

ଏହାମଧ୍ୟ ପଢନ୍ତୁ: ଆଜିଠୁ ବିଧାନସଭା ଶୀତ ଅଧିବେଶନ, ଅର୍ଚ୍ଚନା ନାଗ ମାମଲାକୁ ନେଇ କମ୍ପିବ ଗୃହ

ସେହିପରି ପୂର୍ବତନ ବିଧାୟକ କପିଳ ନାରାୟଣ ତିୱାରୀ, ଗୋପନାରାୟଣ ଦାସ ଓ ଆଦିକନ୍ଦ ସେଠୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି । ସ୍ବର୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନୀରବ ପ୍ରାର୍ଥନା କରାଯାଇଛି । ଗୃହ ପକ୍ଷରୁ ସ୍ବର୍ଗତ ସଦସ୍ୟଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଯାଇଛି । ଏହାପରେ ଗୃହ କାର୍ଯ୍ୟ ସନ୍ଧ୍ୟା ୫ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Nov 24, 2022, 12:23 PM IST

ABOUT THE AUTHOR

...view details