ଓଡିଶା

odisha

ଶ୍ରୀକ୍ଷେତ୍ରକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ ବସ୍, ମହିଳାଙ୍କ ପାଇଁ ୫୦% ରିହାତି

By ETV Bharat Odisha Team

Published : Jan 18, 2024, 7:04 PM IST

Updated : Jan 18, 2024, 10:14 PM IST

Odisha govt launched Sri Jagannath express: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖାଇବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଅଭିଯାନ । ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ ବସ୍ । ଅଧିକ ପଢନ୍ତୁ

Etv Bharat
Etv Bharat

ଶ୍ରୀକ୍ଷେତ୍ରକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ ବସ୍, ମହିଳାଙ୍କ ପାଇଁ ୫୦% ରିହାତି

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପରେ ଶ୍ରୀକ୍ଷେତ୍ରକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ ବସ୍ । ଆଜି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ ଗଡ଼ିଥିବା ବେଳେ ପରବର୍ତ୍ତୀ ସମୟରେ ସବୁ ଜିଲ୍ଲାରୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଏହି ବସ । ରାଜ୍ୟର ୩୦ ଜିଲ୍ଲାରୁ ଗଡିବ ୮୦ ସୁପର ପ୍ରିମିୟମ ବସ । ବସଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ । ମହିଳାଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସରେ ଟିକେଟ ମୂଲ୍ୟ ୫୦ ପ୍ରତିଶତ ରହିବ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ଏହି ବସ୍ ସେବାର ଶୁଭ ଉଦଘାଟନ କରିଛନ୍ତି ।

୫ଟି ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ ସେବା ଯୋଜନା ଅଧିନରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବା ଆରମ୍ଭ ହୋଇଛି । ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ଏହି ଯୋଜନାରେ ଚଳାଚଳ କରିବ । ଆଜି ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହୋଇଥିବା ଜିଲ୍ଲାଗୁଡିକ ହେଲା ବଲାଙ୍ଗୀର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ । ଲକ୍ଷ୍ମୀ ବସ ଯୋଜନାରେ ମହିଳାଙ୍କ ପାଇଁ ଟିକେଟ ଦାମ ୫ ଟଙ୍କା ରହିଛି । ସେହିପରି ଜଗନ୍ନାଥ ଏକ୍ସପ୍ରେସରେ ମହିଳାଙ୍କୁ ଟିକେଟ ବାବଦକୁ ୫୦ ପ୍ରତିଶତ ଦେବାକୁ ହେବ ।

ଏହା ବି ପଢନ୍ତୁ- ୧୮ରୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ ବସ୍, ଭାୟା ଭୁବନେଶ୍ବର

ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, "ରାଜ୍ୟବାସୀଙ୍କୁ ପୁରୀ ଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବା ଆରମ୍ଭ ହୋଇଛି । ଜନସାଧାରଣ ଏହାର ସୁଯୋଗ ନିଅନ୍ତୁ । ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ । ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗତକାଲି ଲୋକାର୍ପଣ ହୋଇଛି । ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହିତା ପରିବେଶକୁ ଆହୁରି ଭକ୍ତିମୟ କରିଛି । ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆପଣମାନଙ୍କ ପାଇଁ ଆରାମଦାୟକ ବସ ସେବା ଆରମ୍ଭ ହେଲା । ଜନସାଧାରଣ ସୁବିଧାରେ ପୁରୀ ଆସି ମହାପ୍ରଭୁଙ୍କ କୃପା ଲାଭ କରିବେ ବୋଲି ମୋର ବିଶ୍ୱାସ ।"

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଏବେ ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରସାର ପାଇଁ ପଦକ୍ଷେପ ନିଆଯାଉଛି । ଲକ୍ଷ୍ମୀ ବସ ଯୋଜନାରେ ପଞ୍ଚାୟତକୁ ବ୍ଲକ ସଦର ମହକୁମା ସହିତ ଯୋଡ଼ିଛୁ । ଯୋଗାଯୋଗ କ୍ଷେତ୍ରରେ ଲକ୍ଷ୍ମୀ ବସ ଏବେ ରୂପାନ୍ତର ଆଣିଛି । ଜିଲ୍ଲା ସଦରମହକୁମାରୁ ଶ୍ରୀକ୍ଷେତ୍ରକୁ ସିଧାସଳଖ ବସ ବ୍ୟବସ୍ଥା ଦ୍ୱାରା ରାଜ୍ୟର ଗମନାଗମନ ଓ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବାର ସୌଭାଗ୍ୟ ଅର୍ଜନ କରିବାରେ ଏହି ବସ ସେବା ସହାୟତା ପ୍ରଦାନ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ଓଡିଶା ବିକାଶର ଶିଖରରେ ପହଞ୍ଚିବ ।

ଏହା ବି ପଢନ୍ତୁ- ପୁରୀରୁ ପ୍ରତି ଜିଲ୍ଲାକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ ବସ୍: ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା

ବଲାଙ୍ଗୀରରେ ଉପସ୍ଥିତ ଥିବା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, "ସାଧାରଣ ଲୋକଙ୍କ ପ୍ରତିଶ୍ରୁତି ପୂରଣ କରିବାରେ ମୁଖ୍ୟମନ୍ତ୍ରୀଙ୍କର ତୁଳନା ନାହିଁ । ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଏ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ । ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ମହିଳାମାନଙ୍କୁ ଅଧିକ ସଶକ୍ତ କରୁଛି । ମୁଖ୍ୟମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମର ମଙ୍ଗ ଧରି ୫ଟି ଅଧ୍ୟକ୍ଷ ସବୁ ଯୋଜନା ସଫଳ କରୁଛନ୍ତି ।" ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବିଧାୟକ ଭୂପିନ୍ଦର ସିଂହ, ଉନ୍ନୟନ କମିଶନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Jan 18, 2024, 10:14 PM IST

ABOUT THE AUTHOR

...view details