ଓଡିଶା

odisha

କ୍ୟାବିନେଟ ବୈଠକରେ 3ଟି ପ୍ରସ୍ତାବରେ ମୋହର, ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସୂଚନା

By ETV Bharat Odisha Team

Published : Nov 24, 2023, 1:52 PM IST

କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଗୃହରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ । ଅଧିବେଶ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୬୭ତମ ବୈଠକ ବସିଥିଲା । ବୈଠକରେ ୩ଟି ବିଭାଗର ପ୍ରସ୍ତାବ ଉପରେ ମୋହର ବାଜିଥିବା ଗୃହରେ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି ।

ଏହା ମଧ୍ୟ ପଢନ୍ତୁ-କୋଶଳୀ ଭାଷାରେ ପ୍ରଶ୍ନୋତ୍ତର, ବିଧାୟକ ନରସିଂହଙ୍କ ପ୍ରଶ୍ନକୁ ଗୃହରେ କୋଶଳୀରେ ଉତ୍ତର ରଖିଲେ ମନ୍ତ୍ରୀ ପ୍ରତାପ

୧. ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ ସିଷ୍ଟମ (OSWAS)ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି । ସମଗ୍ର ଦେଶରେ ଡିଜିଟାଲ ଓ୍ବାର୍କଫ୍ଲେ ସିଷ୍ଟମର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ ଓସ୍ୱାସର ସ୍ୱତନ୍ତ୍ର ଖ୍ୟାତି ରହିଛି । ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ ବୋଲି ଗୃହରେ କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ।

୨. ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା । ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ଆବଶ୍ୟକ । ଏଥିପାଇଁ ୨୦୨୩-୨୪ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ-କ୍ୟାବିନେଟ ବୈଠକ; 3ଟି ପ୍ରସ୍ତାବରେ ମୋହର, ଆଦିବାସୀ ଜମି ହସ୍ତାନ୍ତର ନିୟମ ପ୍ରତ୍ୟାହାର

୩. ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ୧୧.୦୭.୨୦୨୩ ରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ୧୪.୧୧.୨୦୨୩ରେ ଓଡ଼ିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି (ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ । ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ୍‌ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପାଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ବୋଲି ଗୃହରେ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ମୁମ୍ବାଇ ଗସ୍ତରୁ ଫେରିବା ପରେ ଆଜି ସକାଳ 10ଟାରେ କ୍ୟାବିନେଟ ବୈଠକ ଡାକିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details