ଓଡିଶା

odisha

ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

By

Published : Jun 30, 2022, 2:12 PM IST

ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ
ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ ()

ଓଡିଶା ଗସ୍ତରେ ଆସିବେ ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ । ଅଧିକ ପଢନ୍ତୁ

ଖୋର୍ଦ୍ଧା:ଓଡିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ । ପ୍ରଥମେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ପ୍ରକଳ୍ପ ଯାଞ୍ଚ କରିବା ସହ ନୂଆଗାଁ ରୋଡ ଷ୍ଟେସନରେ ମହିପୁର-ନୂଆଗାଁ ରୋଡ ରେଳ ସେକ୍ସନର ଶୁଭାରମ୍ଭ କରାଇବାର କାର୍ଯ୍ୟକ୍ରମ ରହିଛି ।

ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ବୋଲଗଡ ପାସେଞ୍ଜର ହଲ୍ଟ ଠାରେ ସେବା ଏକ୍ସପ୍ରେସର ରହଣୀକୁ ଏବଂ ନୂଆଗାଁ ରୋଡ ଠାରୁ ପୁରୀ ପର୍ଯ୍ୟନ୍ତ ନୂତନ ଟ୍ରେନ ଚଳାଚଳର ଘୋଷଣା କରିବେ । ସେହିପରି ରେଳ ମନ୍ତ୍ରୀ ଖୋର୍ଦ୍ଧା ରୋଡ ଷ୍ଟେସନ ଠାରେ ନୂତନ ଷ୍ଟେସନ ବିଲଡିଂର ଉଦଘାଟନ କରିବା ସହିତ ଭୁବନେଶ୍ୱର-ନୂଆଦିଲ୍ଲୀ ଦୁରନ୍ତ ଏକ୍ସପ୍ରେସର LHB କୋଚ୍ ସହିତ ଚଳାଚଳକୁ ଶୁଭାରମ୍ଭ କରାଇବେ । ଏହା ବ୍ୟତୀତ ଖୋର୍ଦ୍ଧା ରୋଡ ଷ୍ଟେସନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରେଳମନ୍ତ୍ରୀ ପଟିଆ ଏବଂ ବାଣୀ ବିହାର ପାସେଞ୍ଜର ହଲଟର ନୂତନ ବିଲ୍ଡିଂର ଉଦଘାଟନ କରିବେ । ଏଥିପାଇଁ ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ଇଟିଭି ଭାରତ, ଖୋର୍ଦ୍ଧା

ABOUT THE AUTHOR

...view details