ଓଡିଶା

odisha

ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ, ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

By

Published : Jan 3, 2023, 8:58 PM IST

ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ, ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

ଜୋନ-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ । ଜୋନ-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ । ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଛନ୍ତି । ଅଧିକ ପଢନ୍ତୁ

ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ, ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

ଭୁବନେଶ୍ବର: ଶିଖରଚଣ୍ଡୀ ମନ୍ଦିର (Sikharchandi Temple Bhubaneswar) ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ହେବ ଉନ୍ନୟନ । ଶିଖରଚଣ୍ଡୀକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ । ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ । ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ଏହାବି ପଢନ୍ତୁ- ଧର୍ମେନ୍ଦ୍ରଙ୍କ ଦୁଇ ସୂତ୍ରୀ ଫର୍ମୁଲା, 2023 ବିଜେପି ପାଇଁ ଗୁରୁତ୍ୱପୂର୍ଣ୍ଣ ବର୍ଷ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି (Chief Ministers Naveen Patnaik Approves Master Plan) । ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭିକେ ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ । ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ବଲୱନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଛନ୍ତି । ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ । ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ବ ଗ୍ରହଣ କରିବ । ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନରେ ବିଭକ୍ତ କରାଯାଇଛି ।

ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ, ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

ଏହାବି ପଢନ୍ତୁ- ଚର୍ଚ୍ଚାରେ ଓଡିଆ ଛାତ୍ର କିଶନ କୁମାର ସାହୁଙ୍କ ଅଭିଭାଷଣ, ଲୋକସଭା ବାଚସ୍ପତି କଲେ ପ୍ରଂଶସା

ଜୋନ-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ । ଜୋନ-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ । ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଛନ୍ତି । ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଞ୍ଚଳିକ ସେବା ସଂଘର ସଭାପତି କ୍ଷୀତିଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି । କହିଛନ୍ତି ଯେ, ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ସ୍ଥାନୀୟ ଜନତାଙ୍କର ବହୁ ଦିନର ଆଶା ଥିଲା । ଆଜି ମୁଖ୍ୟମନ୍ତ୍ରୀ ତାକୁ ପୂରଣ କରିଛନ୍ତି । ଏଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି ।

ଏହାବି ପଢନ୍ତୁ -ବ୍ରିଟେନ ରାଜା ଚାର୍ଲ୍ସଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, G-20 ମିଶନ ନେଇ ହେଲା ଆଲୋଚନା

ବୈଠକରେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ପ୍ରମୁଖ ସଚିବ ମାନେ ଯୋଗ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ୱର

ABOUT THE AUTHOR

...view details