ଓଡିଶା

odisha

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମାଲକାନଗିରି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

By

Published : Sep 25, 2021, 9:52 PM IST

ସମ୍ଭାବ୍ୟ ବାତ୍ୟାର ମୁକାବିଲା ମାଲକାନଗିରି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ଲାଗି ମାଲକାନଗିରି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲାର ସମସ୍ତ ୭ଟି ବ୍ଲକ ଓ ତହସିଲ କାର୍ଯ୍ୟାଳୟର ସରକାରୀ କର୍ମଚାରୀଙ୍କ ଛୁଟି ଆସନ୍ତାକାଲି(ରବିବାର) ଠାରୁ ବାତିଲ କରାଯାଇଛି । ଅଧିକ ପଢନ୍ତୁ...

ମାଲକାନଗିରି: ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ଲାଗି ମାଲକାନଗିରି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲାର ସମସ୍ତ ୭ଟି ବ୍ଲକ ଓ ତହସିଲ କାର୍ଯ୍ୟାଳୟର ସରକାରୀ କର୍ମଚାରୀଙ୍କ ଛୁଟି ଆସନ୍ତାକାଲି(ରବିବାର) ଠାରୁ ବାତିଲ କରାଯାଇଛି । ବିଶେଷ କରି ବାତ୍ୟା ଯୋଗୁଁ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଲୋକଙ୍କୁ ତଳିଆ ସ୍ଥାନକୁ ଯିବା ଲାଗି ବାରଣ କରାଯାଇଛି । ନଈକୂଳିଆ ଓ ବନ୍ୟା ଆଶଙ୍କା କରାଯାଉଥିବା ଅଞ୍ଚଳରେ ଜିଲ୍ଲା ପ୍ରଶାସନ ତରଫରୁ ଲୋକଙ୍କୁ ସଚେତନ କରାଯାଉଛି ।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ମାଲକାନଗିରି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ବଣ୍ଡାଘାଟି ଓ ଗୋବିନ୍ଦପାଲି ଘାଟିରେ ଭୂ-ସ୍ଖଳନ ହେବାର ଆଶଙ୍କା ରହିଛି। ଏହି ରାସ୍ତାରେ ଆସନ୍ତାକାଲି କାହାରିକୁ ନଯିବା ଲାଗି ମଧ୍ୟ ପରାମର୍ଶ ଦିଆଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ୬ଟି ଓଡ୍ରାଫ ଟିମ ମାଲକାନଗିରିରେ ପହଞ୍ଚିବେ । ସେମାନଙ୍କୁ ଜିଲ୍ଲାର ୬ଟି ସ୍ଥାନରେ ଆଲର୍ଟ ରଖିବା ଲାଗି ମଧ୍ୟ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ । ବୃଦ୍ଧ ଓ ଗର୍ଭବତୀ ମହିଳାଙ୍କୁ ବନ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନନ୍ତର କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ ବିଶାଲ ସିଂହ ।

ମାଲକାନଗିରିରୁ ପଞ୍ଚାନନ ଦାଶ, ଇଟିଭି ଭାରତ

ABOUT THE AUTHOR

...view details