ଓଡିଶା

odisha

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

By

Published : Jun 22, 2021, 8:47 PM IST

ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ଉକାମ ଗ୍ରାମର ଜଣେ ସ୍ଥାନୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କାରଣ ଅସ୍ପଷ୍ଟ ଥିବାବେଳେ ତଦନ୍ତ କରୁଛି ପୋଲିସ । ଅଦିକ ପଢନ୍ତୁ...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ଉକାମ ଗ୍ରାମର ଦାନ୍ତୁସାହିରେ ଘଟିଛି ଅଭାବନୀୟ ଘଟଣା। ଦାନ୍ତୁସାହିର ସ୍ଥାନୀୟ ବସିନ୍ଦା 23 ବର୍ଷୀୟ ରାଜେନ୍ଦ୍ର ମାଝୀ ନାମକ ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ ।

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଘର ନିକଟରେ ଥିବା ଏକ ଆମ୍ବ ଗଛରେ ଏକ ପ୍ଲାଷ୍ଟିକ ରସି ସାହାଯ୍ୟରେ ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବାଦାମପାହାଡ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିଲେ। ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ABOUT THE AUTHOR

...view details