ନବରଙ୍ଗପୁର: ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି ଦେଶ । ଗାଁଠୁ ସହର ସବୁଠି ଉଡୁଛି ତ୍ରିରଙ୍ଗା । ଏହି ଅବସରରେ ନବରଙ୍ଗପୁର ଜିଲ୍ଲାର ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ କୋମଳ ଲୋଚନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଜନସାଧାରଣଙ୍କ ଉଦୋବଧନ ଦେଇଥିଲେ ।
ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ବାହିନୀ ସମେତ ବିଭିନ୍ନ ବିଦ୍ୟାଳୟର ପରେଡ ଟ୍ରୁପ ପରେଡ ପ୍ରଦର୍ଶନ କରିଥିଲେ । ଏହାସହ ବିଭିନ୍ନ ସଙ୍ଗଠନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଦୁଇ ବର୍ଷ କୋଭିଡ କଟକଣା ଯୋଗୁଁ ପରେଡ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଥିବା ବେଳେ ଚଳିତ ବର୍ଷ କୌଣସି କଟକଣା ନଥିବା ଯୋଗୁଁ ଏହି କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା ।