ଓଡିଶା

odisha

ଆସୁଛନ୍ତି ରାଷ୍ଟ୍ରପତି, ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

By

Published : Nov 5, 2022, 9:39 PM IST

ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଆସନ୍ତା ୧୦ ତାରିଖ ଦିନ ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ବିଭିନ୍ନ ପ୍ରସ୍ତୁତି ନେଇ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି କନୱର ବିଶାଳ ସିଂହ । ଅଧିକ ପଢ଼ନ୍ତୁ

ଆସୁଛନ୍ତି ରାଷ୍ଟ୍ରପତି, ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ
ଆସୁଛନ୍ତି ରାଷ୍ଟ୍ରପତି, ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ରେ ପୁରୀରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ନେଇ ଆଲୋଚନା । ତେବେ ରାଷ୍ଟ୍ରପତିଙ୍କ ଆଗମନ ଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ବିଭିନ୍ନ ପ୍ରସ୍ତୁତି ନେଇ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି କନୱର ବିଶାଳ ସିଂହ ।

ଆସୁଛନ୍ତି ରାଷ୍ଟ୍ରପତି, ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଆସନ୍ତା ୧୦ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୧୦ ତାରିଖରେ ରାଷ୍ଟ୍ରପତି ଦିନ ୧୨ ଟାରୁ ୧ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୦ ଟା ୩୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହାଛଡା ରାଷ୍ଟ୍ରପତି ଗର୍ଭଗୃହରୁ ଦର୍ଶନ କରିବା ସହିତ ମହାପ୍ରସାଦ ସେବନର ମଧ୍ୟ ବ୍ୟବସ୍ଥା ରହିଛି । ଏନେଇ ସମସ୍ତ ନିଯୋଗ ଏବଂ ପାଳିଆ ସେବାୟତଙ୍କ ସହଯୋଗ ପାଇଁ ପରାମର୍ଶ ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ଏହି ସୂଚନା ଦେଇଛନ୍ତି ।

ଏହା ସହିତ ପୁରୀ ଜିଲ୍ଲା ପ୍ରଶାସନ ତରଫରୁ ମଧ୍ୟ ପ୍ରସ୍ତୁତି ବୈଠକ ସରିଛି । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଏସପି, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ସହ ସମସ୍ତ ବିଭାଗର ମୁଖ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ରାଷ୍ଟ୍ରପତିଙ୍କ ଆଗମନ ଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ସମସ୍ତ ବିଭାଗ ନିଜ ନିଜ କାର୍ଯ୍ୟ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...president to visit odisha : ଶ୍ରୀମନ୍ଦିର ମୂଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ଶେଷ

ସେହିପରି ତାଳବଣିଆ ହେଲିପ୍ୟାଡ ଠାରୁ ରାଜଭବନ ଓ ଶ୍ରୀମନ୍ଦିର ପର୍ଯ୍ୟନ୍ତ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ସିନିୟର ଅଫିସର, ୧୦୦ ଅଧିକାରୀ, ୧୦ ଅତିରିକ୍ତ ଏସପି ତଥା କମାଣ୍ଡାଣ୍ଟଙ୍କ ସହ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ । ଟ୍ରାଫିକ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ସହରବାସୀ ତଥା ଭକ୍ତ, ପର୍ଯ୍ୟଟକ ଯେଭଳି କୌଣସି ଅସୁବିଧା ନଭୋଗିବେ ସେନେଇ ମଧ୍ୟ ଗୁରୁତ୍ବ ଦିଆଯାଇଥିବା କହିଛନ୍ତି ଜିଲ୍ଲାପାଳ ଓ ଏସପି ।‌

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details