ଓଡିଶା

odisha

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

By

Published : May 5, 2022, 7:22 PM IST

ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନଥିଲେ ବି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଏନେଇ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବା ପରେ ପୁରୀ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି । ଅଧିକ ପଢ଼ନ୍ତୁ

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

ପୁରୀ:ଆସନ୍ତାକାଲି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବଙ୍ଗୋପସାଗର ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖିଯାଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖାଯାଇ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏସଆରସିଙ୍କ ସହ ବୈଠକ ପରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟାକୁ ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

କୃଷକମାନେ ବିଲରେ ହୋଇଥିବା ତାଙ୍କର ଧାନ ସୁରକ୍ଷିତ ସ୍ଥାନକୁ ନେଇ ଯିବାକୁ ସମସ୍ତ ତହସିଲରରେ ମାଇକ୍ ଯୋଗେ ପ୍ରଚାର କରାଯାଉଛି । ସେହିପରି ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଅସୁବିଧା ତୁରନ୍ତ ସମାଧାନ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲା ସମସ୍ତ ବ୍ଳକର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତେବେ ବାତ୍ୟା ସମ୍ପର୍କରେ ଏବେବି ଚିତ୍ର ଓ ତଥ୍ୟ ସଠିକ ଆସିନଥିବା ବେଳେ ଲୋକମାନେ ଭୟଭୀତ ନହେବାକୁ ପୁରୀ ଜିଲ୍ଲାପାଳ କହିଛନ୍ତି । ପ୍ରଶାସନ ପକ୍ଷରୁ ଦିଆଯାଉଥିବା ନିର୍ଦ୍ଦେଶ ପାଳନରେ ଜନସାଧାରଣ ସହଯୋଗ କରିବାକୁ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଅନୁରୋଧ କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details