ସୁବର୍ଣ୍ଣପୁର:ଭିଜିଲାନ୍ସ ହାତରେ ଧରାପଡିଲେ ସୁବର୍ଣ୍ଣପୁର ଲ୍ୟାବ ଟେକନିସିଆନ । ଜିଲ୍ଲାର ତରଭା ଡାକ୍ତରଖାନାର ସିନିଅର ଲ୍ୟାବ ଟେକନିସିଆନ ଅକ୍ଷୟ କୁମାର ପଟ୍ଟନାୟକ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏନେଇ ଭିଜିଲାନ୍ସ ଟିମ୍ ଲ୍ୟାବ ଟେକନିସିଆନ ଅକ୍ଷୟ କୁମାର ପଟ୍ଟନାୟକଙ୍କୁ ଗିରଫ କରିଛି ।
ସୂଚନାନୁସାରେ ତରଭା ବ୍ଲକ ସୂର୍ଯ୍ୟମୁଣ୍ଡା ଗାଁର ମୁକୁନ୍ଦ ସାହୁଙ୍କ ରକ୍ତ ପରୀକ୍ଷା ସହ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ଲ୍ୟାବ ଟେକନିସିଆନ ଅକ୍ଷୟ କୁମାର ପଟ୍ଟନାୟକ 10 ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ମୁକୁନ୍ଦ ଅକ୍ଷୟଙ୍କୁ ୯ ହଜାର ଟଙ୍କା ଦେବା ପାଇଁ ରାଜି ହେବା ସହିତ ଅକ୍ଷୟ ଲାଞ୍ଚ ମାଗୁଥିବା ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ । ଏହାପରେ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ପୂର୍ବ ନିର୍ଦ୍ଧାରିତ ଯୋଜନା ମୁତାବକ ଆଜି ଅକ୍ଷୟ ନିଜ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ କାବୁ କରିନେଇଛନ୍ତି । ଅକ୍ଷୟଙ୍କୁ ସଦର ମହକୁମାର ଭିଜିଲାନ୍ସ କାର୍ଯ୍ୟାଳୟକୁ ଅଣାଯାଇ ଭିଜିଲାନ୍ସ କର୍ମଚାରୀମାନେ ଲାଞ୍ଚ ମାମଲା ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛନ୍ତି ।
ଗତ ମଙ୍ଗଳବାର ମୟୂରଭଞ୍ଜ ସ୍ବତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟ ପକ୍ଷରୁ ମଙ୍ଗଳବାର ଜଣେ ପୋଲିସ ଏସଆଇ ଲାଞ୍ଚ ନେବା ମାମଲାର ରାୟ ପ୍ରକାଶ ପାଇଛି । ସ୍ୱତନ୍ତ୍ର ବିଚାରପତି ଡ଼ଃ ପ୍ରସନ୍ନ କୁମାର ପଣ୍ଡା ଏହାର ବିଚାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷର ସଶ୍ରମ କାରା ଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଏହା ସହିତ ୪୦ହଜାର ଟଙ୍କା ଜରିମାନା କରିଛନ୍ତି । ତେବେ ଜରିମାନା ଅନାଦେୟ ହେଲେ ଅଧିକ ୧ବର୍ଷ ୨ମାସ ଅତିରିକ୍ତ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି ବିଚାରପତି ।