କଟକ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀକୁ ଗଡିବ ଏକ ହଜାର ବସ୍ । ରେଗୁଲାର ବସ୍ ସହ ସ୍ୱତନ୍ତ୍ର ପରମିଟ ବି ଦିଆଯିବ । ପୁରୀକୁ ସାରା ରାଜ୍ୟରୁ ଗଡିବ ବସ । ତାଳବଣିଆ ସହ ମାଳତୀ ପାଟପୁରରେ ହେବ ବସ୍ ପାର୍କିଂ ବ୍ୟବସ୍ଥା । ଯାତ୍ରୀଙ୍କୁ ବସ୍ ରହଣି ସ୍ଥଳରୁ ବଡଦାଣ୍ଡ ଯାଏଁ ଚାଲିବ ୧୦୦ଟି ବ୍ୟାଟେରୀ ଚାଳିତ ଗାଡ଼ି । ସେପଟେ ଧାର୍ଯ୍ୟ ଭଡ଼ା ଠାରୁ ଅଧିକ ଭଡ଼ା ନେଇ ପାରିବେନି ଗାଡ଼ି ମାଲିକ ।ଏସଟିଏ କମିଶନର ଅମିତାଭ ଠାକୁରଙ୍କ ଅଧକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

ପୁରୀକୁ ଗଡିବ ୧୦୦୦ ବସ
ରଥଯାତ୍ରା ସମୟରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଚଳିତ ବର୍ଷ ଭକ୍ତଙ୍କ ଯାତାୟତକୁ ସୁବିଧା କରିବା ପାଇଁ ଆଗକୁ ଆସିଲେ ରାଜ୍ୟ ସରକାର । ପୁରୀକୁ ଗଡିବ ୧୦୦୦ ବସ । ରେଗୁଲାର ବସ ସହ ସ୍ୱତନ୍ତ୍ର ପରମିଟ ଦେବେ ସରକାର । ଏହି ସମସ୍ତ ଗାଡ଼ିର ପାର୍କିଂ ବ୍ୟବସ୍ଥା ମାଳତୀ ପାଟପୁର ଠାରେ କରିଯିବ ।ସେଠାରୁ ବଡଦାଣ୍ଡ ଯାଏଁ ଚାଲିବ ୧୦୦ଟି ବ୍ୟାଟେରୀ ଗାଡ଼ି । ଆସୁଥିବା ଯାତ୍ରୀଙ୍କ ପାଇଁ ଏକ ମୂଲ୍ୟ ଧାର୍ଯ୍ୟ କରିବେ ସରକାର, ଧାର୍ଯ୍ୟ ମୂଲ୍ୟଠାରୁ କୌଣସି ବସ୍ ଅଧିକ ଟଙ୍କା ନେଇପାରିବେ ନାହିଁ ବୋଲି ନିଷ୍ପତି ହୋଇଛି ।
ତାଲବଣିଆରେ ମିଳିବ 10 ଟଙ୍କାରେ ଖାଦ୍ୟ
ଏହି ବୌଠକରେ ବିଶେଷକରି ରଥଯାତ୍ରାରେ କେମିତି ସୁରୁଖୁରୁରେ ଭକ୍ତମାନେ ପୁରୀ ଯାଇ ପାରିବେ ,ସେ ନେଇ ଆଲୋଚନା କରାଯାଇଥିଲା । ତେବେ ତାଳବଣିଆ ବସ ଷ୍ଟାଣ୍ଟରେ ଯାତ୍ରୀଙ୍କୁ ଦିଆଯିବ 10 ଟଙ୍କାରେ ଖାଦ୍ୟ । ସୁରକ୍ଷିତ ଯାତ୍ରୀ ପରିବହନ ପାଇଁ 30ଜଣ STA ଅଧିକାରୀ ଦାୟିତ୍ବରେ ରହିବେ । ବେପରୁଆ ଗାଡି ଚାଳନା ଉପରେ କଡା ନଜର ରଖାଯିବ । ପୋଲିସ ପକ୍ଷରୁ ଏନ୍ଫୋର୍ସମେଣ୍ଟ ସ୍କ୍ୱାର୍ଡ ସହ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି STA କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି । ସମସ୍ତଙ୍କ ସହଯୋଗ ପୁରୀକୁ ଯାତ୍ରୀ ପରିବହନ ସୁରୁଖୁରୁରେ ହେବ ବୋଲି ଆଶା ପ୍ରକଟ କରିଛନ୍ତି STA କମିଶନର ।
ଏହି ବୈଠକରେ ରାଜ୍ୟ ଘରାଇ ବସ ମାଲିକ ସଂଘ ସହ ପୁରୀ, କଟକ, ଭୁବନେଶ୍ବର ବସ ମାଲିକ ସଂଘ,କଟକ ଡିସିପି, ପୁରୀ ଏସପି, କଟକ, ଭୁବନେଶ୍ୱର, ପୁରୀ ଜିଲ୍ଲାର ପରିବହନ ଅଧିକାରୀ ,ଏନଏଚଆଇ କର୍ତ୍ତୃପକ୍ଷ ସାମିଲ ହୋଇଥିଲ।
ଇଟିଭି ଭାରତ, କଟକ