ETV Bharat / state

ବୌଦ୍ଧ ଓ କଣ୍ଟାମାଳ ଆସନ ପାଇଁ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ - Pradip and Mahidhar File Nomination

author img

By ETV Bharat Odisha Team

Published : Apr 29, 2024, 8:22 PM IST

ବୌଦ୍ଧ ଓ କଣ୍ଟାମାଳ ଆସନ ପାଇଁ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ବୌଦ୍ଧ ଓ କଣ୍ଟାମାଳ ଆସନ ପାଇଁ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

Pradip Kumar Amat and Mahidhar Rana File Nomination: ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କଲେ ବୌଦ୍ଧ ଓ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ । ଅଧିକ ପଢ଼ନ୍ତୁ

ବୌଦ୍ଧ ଓ କଣ୍ଟାମାଳ ଆସନ ପାଇଁ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବୌଦ୍ଧ: ନିର୍ବାଚନକୁ ନେଇ ରାଜ୍ୟରେ ଚାଲିଛି ନାମାଙ୍କନ ଭରିବା ପର୍ବ । ପ୍ରମୁଖ ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀମାନେ ପ୍ରାର୍ଥୀପତ୍ର ଦାଖଲ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି (ସୋମବାର) ବୌଦ୍ଧ ଓ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ । ହଜାର ହଜାର ସମର୍ଥକଙ୍କ ମଧ୍ୟରେ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡର ଏହି 2 ପ୍ରାର୍ଥୀ ।

ବୌଦ୍ଧ ଜିଲ୍ଲାର ଉଭୟ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ପଞ୍ଚାୟତ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରଦୀପ କୁମାର ଅମାତ । ଆଜି ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି ପ୍ରଦୀପ । ପ୍ରଦୀପଙ୍କ ସହ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ମହୀଧର ରଣା ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ବିଜେଡି ଦଖଲରୁ ଖସିଯିବ କି କଣ୍ଟାମାଳ ? କଂଗ୍ରେସ ପ୍ରାର୍ଥୀ ଘୋଷଣା ପରେ ଗୋଳମାଳିଆ ରାଜନୀତି ପାଣିପାଗ - KANTAMAL CONSTITUENCY

ତେବେ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଶାସକ ବିଜେଡି ଦଳର ପ୍ରାର୍ଥୀମାନେ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବୌଦ୍ଧ ଜିଲ୍ଲାର ଉଭୟ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜି ସକାଳୁ ବୈଦ୍ଧର ବିଭିନ୍ନ ଦେବୀପୀଠରେ ପ୍ରଦୀପ କୁମାର ଅମାତ ପହଞ୍ଚି ଠାକୁର ଦର୍ଶନ କରିଥିଲେ । ସ୍ଥାନୀୟ ରାମଲୀଳା ମୈଦାନ ଠାରେ କନ୍ଧମାଳ ସାଂସଦ ପ୍ରାର୍ଥୀ ଅଚ୍ୟୁତାନନ୍ଦ ସାମନ୍ତ ପହଞ୍ଚି ଦଳୀୟ ନେତା ଓ କର୍ମୀଙ୍କୁ ଉତ୍ସାହିତ କରିଥିଲେ । ବୌଦ୍ଧ ବିଧାୟକ ପ୍ରାର୍ଥୀ ପ୍ରଦୀପ କୁମାର ଅମାତ ଷଷ୍ଠ ଥର ପାଇଁ ବିଧାୟକ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପାଇଁ ତୃତୀୟ ଥର ପାଇଁ ମହୀଧର ରଣା ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଉଭୟ ପ୍ରାର୍ଥୀ ପୁଣି ଥରେ ନିଜ ନିଜ ଆସନରୁ ବିଜୟୀ ହେବା ନେଇ ଆଶାବାଦୀ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ନେତୃତ୍ବ ସହିତ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ ନେଇ ବିଜୟୀ ହେବା ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଇଟିଭି ଭାରତ, ବୌଦ୍ଧ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.