ଭୁବନେଶ୍ବର: ମୋହନ ମାଝୀ ସରକାର ଆଜି ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି ରାଜ୍ୟ ସରକାର । ସେହିପରି ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।
ବିନା ସୁଧରେ 10 ପର୍ଯ୍ୟନ୍ତ ଋଣ:
ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ । ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି ।
ମହିଳାଙ୍କୁ ଆହୁରି ସଶକ୍ତ ଓ ସ୍ୱାବଲମ୍ବୀ କରି ରାଜ୍ୟର ସାମାଜିକ ଏବଂ ଅର୍ଥନୈତିକ ବିକାଶରେ ମହିଳାଙ୍କୁ ଭାଗିଦାରୀ କରିବାକୁ ଆଉ ଏକ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ… pic.twitter.com/fdRcDCcpDe
— CMO Odisha (@CMO_Odisha) April 15, 2025
ମୋହନ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି:
- ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ
- ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ
- ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ
- ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ
ରାଜ୍ୟର ପ୍ରତିଟି ନାଗରିକଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ଦୃଢ଼ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ୨,୫୦୦ଟି ନୂଆ ଗୃହରକ୍ଷୀ ପଦବୀ ସୃଷ୍ଟି କରିବା ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଥିବାବେଳେ ଏହି ୨,୫୦୦ନୂଆ ପଦବୀ ସୃଷ୍ଟି ହେବା… pic.twitter.com/0WugyVIXzA
— CMO Odisha (@CMO_Odisha) April 15, 2025
ସୃଷ୍ଟି ହେଲା 2500 ଗୃହରକ୍ଷୀ ପଦବୀ:
ସେହିପରି ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭୬୭୫ ଅଛି । ୨୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦୧୭୫ ହୋଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା, ' ଭୁବନେଶ୍ବରରେ ନିର୍ମାଣ ହେବ ଆମ୍ବେଦକର ଭବନ' ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, 55 ପ୍ରତିଶତକୁ ବଢିଲା ମହଙ୍ଗା ଭତ୍ତା |
ଇଟିଭି ଭାରତ, ଭୁବନେଶ୍ବର