ETV Bharat / state

ପୂର୍ଣ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ଶିକ୍ଷକଙ୍କ ପାଇଁ ସୁବିଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Mar 16, 2024, 7:54 AM IST

ବେସରକାରୀ ମହାବିଦ୍ୟାଳୟ ଶିକ୍ଷକ ମାନଙ୍କ ପାଇଁ ସୁବିଧା ଘୋଷଣା
ବେସରକାରୀ ମହାବିଦ୍ୟାଳୟ ଶିକ୍ଷକ ମାନଙ୍କ ପାଇଁ ସୁବିଧା ଘୋଷଣା

Benefit to Blockgrant College Teachers: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପୂର୍ଣ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ଶିକ୍ଷକ ମାନଙ୍କ ପାଇଁ ସୁବିଧା ଆଣିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପୂର୍ଣ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ଶିକ୍ଷକ ମାନଙ୍କ ପାଇଁ ସୁବିଧା ଆଣିଛନ୍ତି ମୁଖ୍ୟମନ୍ତ୍ରୀ । ମହାବିଦ୍ୟାଳୟର ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ମାନଙ୍କ MACP ଓ PH.D ପାଇଁ ସରଳ ହେଲା ନିୟମାବଳୀ ।

100% ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ଅନୁଦାନ ମିଳିବାର ପ୍ରଥମ ଦିନକୁ ଭିତ୍ତି କରି MACP ସ୍ଥିର କରାଯିବ। Ph.D ଡିଗ୍ରୀ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ ପ୍ରବେଶସ୍ତରରେ ପ୍ରଯୁଜ୍ୟ ବେତନ ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି (Advance Increment) ମିଳିବ । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ମିଳିଥିଲା ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି। ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା ପାଇଁ ଓଡିଶା ସଂଶୋଧିତ ବେତନ ହାର ନିୟମ, ୨୦୧୭ ଅନୁସାରେ ପ୍ରଦାନ କରାଯାଉଥିବା ପରିବର୍ତ୍ତିତ ନିଶ୍ଚିତ କ୍ୟାରିୟର ପ୍ରଗତି ଯୋଜନାକୁ (Modified Assured Career Progression Scheme) ସରଳ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ.... ସ୍ୱାଭିମାନ ଅଞ୍ଚଳରେ ଶିକ୍ଷାର ନୂତନ ଆଲୋକବର୍ତ୍ତିକା, ବଡପଡାରେ ନୂତନ ଶିକ୍ଷା ସୌଧ ଉଦଘାଟିତ

ଏବେ 100% ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ପ୍ରଥମ ଅନୁଦାନ ମିଳିବା ଦିନକୁ ଭିତ୍ତି କରି MACP ନିର୍ଣ୍ଣୟ କରାଯିବ । ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଶିକ୍ଷାଦାନ ବୃତ୍ତିରେ ପ୍ରତିଭାବାନ ଅଧ୍ୟାପକ ମାନଙ୍କୁ ଆକର୍ଷିତ କରି PH.D ଡିଗ୍ରୀ ହାସଲ ପାଇଁ, ସ୍ଵତନ୍ତ୍ର ପଦକ୍ଷେପ ନିଆଯାଇଛି । ଅଧ୍ୟାପକମାନଙ୍କୁ ଚାକିରି ସମୟରେ Ph.Dର ଅତିରିକ୍ତ ଯୋଗ୍ୟତା ହାସଲ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ କେବଳ ପ୍ରବେଶସ୍ତରରେ appropriate pay ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି, (କେବଳ ଅଧ୍ୟାପକ ପଦରେ ) ପ୍ରଦାନ କରାଯିବ। ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ପୂର୍ଣ୍ଣ ସହାୟତା ପ୍ରାପ୍ତ କଲେଜର ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଯାହାର ପ୍ରତିକାର ସ୍ବରୂପ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।

ଗତ ଗୁରୁବାର ଭର୍ଚ୍ଚୁଆଲ ମୋଡ଼ରେ ମାଲକାନଗିରି ଜିଲ୍ଲାର ବଡପଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ଶିକ୍ଷା ସୌଧ ଉଦଘାଟନ କରିଥିଲେ । ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ (ଦ୍ୱାଦଶ ଶ୍ରେଣୀ) ପର୍ଯ୍ୟନ୍ତ ପିଲାମାନେ ଗୋଟିଏ ସ୍ଥାନରେ ଶିକ୍ଷା ଲାଭ କରିପାରିବେ । ୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରେ ୧,୦୦୦ ରୁ ଅଧିକ ପିଲା ପାଠ ପଢିବେ । ଭବିଷ୍ୟତ ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବାକୁ ଏଥିରେ ସମସ୍ତ ଆଧୁନିକ ସୁବିଧା ସୁଯୋଗ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.