ETV Bharat / state

ମଧୁବାବୁ ପେନସନ ଯୋଜନାରେ ସାମିଲ ହେଲେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ

author img

By ETV Bharat Odisha Team

Published : Feb 6, 2024, 10:06 PM IST

Madhu Babu Pension Yojana: ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଅଧିକ ପଢନ୍ତୁ

ମଧୁବାବୁ ପେନସନ ଯୋଜନାରେ ସାମିଲ ହେଲେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ
ମଧୁବାବୁ ପେନସନ ଯୋଜନାରେ ସାମିଲ ହେଲେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାରେ ସାମିଲ ହେଲେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ । ଯୋଜନାରେ ଆଉ ୪ ଲକ୍ଷଙ୍କୁ ସାମିଲ କରିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ୩୬.୭୫ ଲକ୍ଷରେ ପହଞ୍ଚିଲା ସମୁଦାୟ ହିତାଧିକାରୀଙ୍କ ସଂଖ୍ୟା । ମାସକୁ ଅତିରିକ୍ତ ୧୯୦.୨୦ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଗତ ଅଗଷ୍ଟରେ ମୁଖ୍ୟମନ୍ତ୍ରୀ ୪.୧୩ ଲକ୍ଷ ଅତିରିକ୍ତ ଆବେଦନ ଅନୁମୋଦନ କରିଥିଲେ ।

ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ବାରା ରାଜ୍ୟର ସମୁଦାୟ ମଧୁବାବୁ ପେନସନ ହିତାଧିକାରୀଙ୍କ ସଂଖ୍ୟା ୩୨.୭୫ରୁ ବୃଦ୍ଧି ପାଇ ୩୬.୭୫ ରେ ପହଞ୍ଚିବ । ରାଜ୍ୟ ସରକାର ଏଥିପାଇଁ ମାସକୁ ୧୯୦.୨୦ କୋଟି ଟଙ୍କା ଖର୍ଚ୍ଚ କରିବେ । 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ସ୍ଥାନୀୟ ଲୋକେ ଏହି ଯୋଜନାରେ ଅଧିକ ଲୋକଙ୍କୁ ସାମିଲ କରିବାକୁ ଅନୁରୋଧ କରିଥିଲେ । ଲୋକଙ୍କ ଆବେଦନକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଅଧିକ ପଢନ୍ତୁ- ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ନୂଆ 4.13 ଲକ୍ଷ ହିତାଧିକାରୀ

ମୁଖ୍ୟମନ୍ତ୍ରୀ ୨୦୨୩ ଅଗଷ୍ଟରେ ଅତିରିକ୍ତ ୪.୧୩ ଲକ୍ଷ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ । ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି । ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ଼ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, କିନ୍ନର, କୋଭିଡ ଅନାଥ ପିଲା ଏଥିରେ ସାମିଲ ହୋଇଥାନ୍ତି । ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି । ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି । ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଛନ୍ତି । ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି । ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.