ETV Bharat / state

ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦଘାଟିତ; ପଢିବେ ହଜାରେରୁ ଅଧିକ ଛାତ୍ରଛାତ୍ରୀ

author img

By ETV Bharat Odisha Team

Published : Feb 7, 2024, 10:54 PM IST

Iconic Odisha Adarsha Vidyalaya Inaugurates: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଅନ୍ଧାରୁଆରେ ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦଘାଟନ କରିଛନ୍ତି । ପଚିଶ ଏକର ପରିମିତ କ୍ୟାମ୍ପସରେ ପଢ଼ିବେ ୧୦୦୦ ରୁ ଅଧିକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀ । ଅଧିକ ପଢନ୍ତୁ

CM Naveen Patnaik
CM Naveen Patnaik

ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦଘାଟିତ; ପଢିବେ ହଜାରେରୁ ଅଧିକ ଛାତ୍ରଛାତ୍ରୀ
ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦଘାଟିତ; ପଢିବେ ହଜାରେରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଅନ୍ଧାରୁଆରେ ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦଘାଟନ କରିଛନ୍ତି । ପଚିଶ ଏକର ପରିମିତ କ୍ୟାମ୍ପସରେ ପଢ଼ିବେ ୧୦୦୦ ରୁ ଅଧିକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀ । ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ୧୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା । ଏହା ମାଧ୍ୟମରେ ଛାତ୍ରଛାତ୍ରୀ ବିଶ୍ବସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜଳ ଭବିଷ୍ୟତ ଗଠନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦଘାଟିତ; ପଢିବେ ହଜାରେରୁ ଅଧିକ ଛାତ୍ରଛାତ୍ରୀ
ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦଘାଟିତ; ପଢିବେ ହଜାରେରୁ ଅଧିକ ଛାତ୍ରଛାତ୍ରୀ

ଅଧିକ ପଢନ୍ତୁ- ଅନ୍ଧାରୁଆରେ ଆଇକନିକ ଆଦର୍ଶ ବିଦ୍ୟାଳୟ, ମେଧାବୀଙ୍କୁ ମିଳିବ ବିଶ୍ବସ୍ତରୀୟ ଶିକ୍ଷା

୨୦୨୧ ସେପ୍ଟମ୍ବର ୫ ତାରିଖ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତି ସ୍ଥାପନ କରିଥିଲେ । ଉଦଘାଟିତ ହୋଇଥିବା ୨୫ ଏକର ପରିମିତ ନୂତନ କ୍ୟାମ୍ପସରେ ସିବିଏସସି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତ୍କର୍ଷ ହାସଲ କରିଥିବା ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କ ପଢିବା ପାଇଁ ଆକାଡେମିକ ବ୍ଲକ, ପ୍ରତ୍ୟେକ ୫୪୪ କ୍ଷମତା ବିଶିଷ୍ଟ ୨ଟି ଛାତ୍ରାବାସ ଓ ଛାତ୍ରୀ ନିବାସ, ସେଣ୍ଟ୍ରାଲ କିଚେନ ଓ ଡାଇନିଙ୍ଗ ବ୍ୟବସ୍ଥା, ଷ୍ଟାଫ କ୍ବାର୍ଟର୍ସ, ଡର୍ମିଟୋରୀ ଏବଂ ପାର୍କିଂ ଓ ବଗିଚା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି । ଏହାର ନିର୍ମାଣ ପାଇଁ ୧୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ହୋଇଛି ।

ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟର ଆବାସିକ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ରହିବା ସହିତ ଅତ୍ୟାଧୁନିକ କ୍ଲାସ ରୁମ, ICT Labs, E-Library, ଅତ୍ୟାଧୁନିକ Science Lab, ଦକ୍ଷତା ବିକାଶର ବ୍ୟବସ୍ଥା କରାଯାଇଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସିବିଏସସି ଢାଞ୍ଚାରେ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ମୁଖ୍ୟମନ୍ତ୍ରୀଙ୍କର ଏକ ମହତ୍ବକାଂକ୍ଷୀ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି ।

ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ଏହି ଆଇକନିକ ଆଦର୍ଶ ବିଦ୍ୟାଳୟର ନିର୍ମାଣ ହୋଇଛି । ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ, ଇଂଜିନିଅରିଂ, ଆଇନ ପାଠ୍ୟକ୍ରମ ଏବଂ ସେନା ବାହିନୀରେ ଯୋଗ ଦେବା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଜାତୀୟ ସ୍ତରର ପ୍ରତିଯୋଗିତାର କୋଚିଂ ବ୍ୟବସ୍ଥା କରାଯାଇଛି । କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ବତି ଏସ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.