ETV Bharat / state

ଫେବୃଆରୀରେ ସବୁ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍; ଆଜିଠୁ ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ବସ୍ ସେବା ଆରମ୍ଭ

author img

By ETV Bharat Odisha Team

Published : Jan 31, 2024, 4:03 PM IST

Laccmi Bus Service: ଫେବୃଆରୀ ସୁଦ୍ଧା ଓଡ଼ିଶାର ସବୁ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଆଜି ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ଅଧିକ ପଢନ୍ତୁ,

ଫେବୃଆରୀ ସୁଦ୍ଧା ସବୁ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍; ଆଜିଠୁ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳରେ ବସ୍ ସେବା ଆରମ୍ଭ
ଫେବୃଆରୀ ସୁଦ୍ଧା ସବୁ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍; ଆଜିଠୁ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳରେ ବସ୍ ସେବା ଆରମ୍ଭ

ଆଜିଠୁ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିସି ଜରିଆରେ ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କରିଛନ୍ତି । ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍ ଗଡ଼ିବ । ଫଳରେ ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ । ଲକ୍ଷ୍ମୀ ବସ୍ ଆମ ଜୀବନକୁ ସହଜ କରିଛି । ଗାଁ ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଫେବୃଆରୀ ସୁଦ୍ଧା ଓଡ଼ିଶାର ସବୁ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଗଡ଼ିବା ନେଇ ଯୋଜନା ରହିଛି । ଲକ୍ଷ୍ମୀ ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାରେ ଗଡ଼ିଥିଲା ଲକ୍ଷ୍ମୀ ବସ୍ । ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲ୍ଲା ଯୋଡ଼ି ହୋଇଛି । ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଗଡ଼ିଛି ଲକ୍ଷ୍ମୀ ବସ୍ । ଆଜିର ଶୁଭାରମ୍ଭ ପରେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ ଚାଲିବ । ଏହା ଦ୍ବାରା ୨୭ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଦେବଗଡ଼ର ୬୯ଟି ପଞ୍ଚାୟତରେ ୧୭ଟି ବସ୍ ଚାଲିବ । ୩ ଲକ୍ଷ ଲୋକ ଉପକୃତ ହେବେ । ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍ ଚାଲିବ । ପ୍ରାୟ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ ଚାଲିବ । ୧୩ ଲକ୍ଷ ଲୋକ ଉପକୃତ ହେବେ ।


ଲକ୍ଷ୍ମୀ ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି । ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ ଚାଲିବ । 5T ଯୋଜନାରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ମିଶନ ଶକ୍ତି ମା’ଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି । ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ । ଲକ୍ଷ୍ମୀ ବସ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହି ଯୋଜନା ଅନ୍ତର୍ଗତ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ସେବା ମଧ୍ୟ ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ସେବା ଆରମ୍ଭ ହୋଇଛି । ଏଥିରେ ମା’ମାନଙ୍କ ପାଇଁ ବସ ଟିକେଟ ମୂଲ୍ୟ ଅଧା କରାଯାଇଛି । ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ।


ଗାଁର ରୂପାନ୍ତର ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜାରି ରହିଛି । ଏକ ନୂଆ ଓଡ଼ିଶା ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ସହଯୋଗ କାମନା କରିଛନ୍ତି । ଗ୍ରାମାଞ୍ଚଳ ଲୋକେ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସକୁ ବ୍ୟବହାର କରିପାରିବେ । ଲକ୍ଷ୍ମୀ ବସ ଲୋକଙ୍କୁ ଲୋକ ସହିତ ଯୋଡିବ । ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ । ପିଲାଙ୍କୁ ସ୍କୁଲ କଲେଜ ନେବ । ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ । ମହିଳା ଓ ଛାତ୍ରଛାତ୍ରୀ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସରେ ଯିବା ଆସିବା କରିପାରିବେ ।

ଏହା ମଧ୍ୟ ପଢନ୍ତୁ: କୋରାପୁଟରେ ଗଡିଲା ଲକ୍ଷ୍ମୀ; ଯୋଡିହେବ ୨୩୪ ପଞ୍ଚାୟତ, ଉପକୃତ ହେବେ ୧୩ ଲକ୍ଷ


ଦେବଗଡ଼ରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି । ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି । ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢିଛି । କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କହିଛନ୍ତି ଯେ, ଲକ୍ଷ୍ମୀ ବସ ହେଉଛି ଲୋକଙ୍କ ସମ୍ପତ୍ତି । ଆପଣଙ୍କ ସମ୍ପତ୍ତି । ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ । ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି । ଢେଙ୍କାନାଳରେ ବିଧାୟକ ସୁଧିର କୁମାର ସାମଲ, ଅନୁଗୋଳରେ ବିଧାୟକ ରଜନିକାନ୍ତ ସିଂ, ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡ଼ରେ ଜିଲ୍ଲା ପରିଷଦ ସଭାପତି କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଅଭିଭାଷଣ ରଖିଛନ୍ତି । କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ବାଗତ ଭାଷଣ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର/ଦେବଗଡ/ ଅନୁଗୋଳ/ଢେଙ୍କାନାଳ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.