ETV Bharat / state

ବ୍ରହ୍ମପୁରରେ ଗଡ଼ିଲା ମୋ ବସ, ଭିଡିଓ କନଫରେନ୍ସରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Mar 9, 2024, 9:37 PM IST

ବ୍ରହ୍ମପୁରରେ ଗଡ଼ିଲା ମୋ ବସ
ବ୍ରହ୍ମପୁରରେ ଗଡ଼ିଲା ମୋ ବସ

Mo Bus Service in Berhampur: ଆଜି ବ୍ରହ୍ମପୁର ସହରରେ ଶୁଭାରମ୍ଭ ହେଲା ମୋ ବସ ସେବା । ଯାହାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି । ଅଧିକ ପଢ଼ନ୍ତୁ,

ବ୍ରହ୍ମପୁରରେ ଗଡ଼ିଲା ମୋ ବସ

ବ୍ରହ୍ମପୁର: ଆଜି ବ୍ରହ୍ମପୁର ସହରରେ ଶୁଭାରମ୍ଭ ହେଲା ମୋ ବସ ସେବା । ଯାହାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି । ସହରର ହଳଦିଆପଦର ବସ ଟ୍ରମିନାଲ ପରିସରରେ ଏହି ମୋ ବସ୍ ସେବାର ଶୁଭାରମ୍ଭ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁର ସହରରେ ଚାରୋଟି ରୁଟରେ ଏହି ବସ୍ ଚାଲିବାକୁ ରହିଛି । ତେବେ ସହରର ଏମ୍‌.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ ବୋଲି କୁହାଯାଇଛି । ଯେଉଁଥିରେ କମ୍ ଖର୍ଚ୍ଚରେ ସହର ବାସିନ୍ଦାଙ୍କୁ ନିରାପଦ ଭାବରେ ଉଭୟ ଏସି ଏବଂ ନନ୍ ଏସି ବସ୍ ମାଧ୍ୟମରେ ଏହି ସେବା ଯୋଗାଇ ଦିଆଯିବ ବୋଲି କୁହାଯାଇଛି ।

ବ୍ରହ୍ମପୁର ସହର ପାଇଁ ମୋଟ ୧୫ଟି ବସ ଯୋଗାଇ ଦିଆଯାଇଛି । ତେବେ ବ୍ରହ୍ମପୁର ସହରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଥିବାରୁ ନିର୍ବାଚିତ ପ୍ରତିନିଧି ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ୫ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଭିଡିଓ କନଫେରେନ୍ସ ମାଧ୍ୟମରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିୟାନ୍ ସଂଯୋଜନା କରିଥିବା ବେଳେ ହଳଦିଆପଦର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟକ ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ.ବିବେକ୍ ରେଡି, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ତଥା ବ୍ରହ୍ମପୁରର ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ରାଜ୍ୟ କାଜୁ ନିଗମର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ରାଜେଶ୍ୱରୀ ଦୋରା ପ୍ରମୁଖ ମଞ୍ଚାସୀନ ରହିଥିଲେ ।

ଏହା ମଧ୍ୟ ପଢ଼ନ୍ତୁ......ସମ୍ବଲପୁର ଓ ବ୍ରହ୍ମପୁରରେ ଗଡ଼ିଲା ‘ମୋ ବସ’, ଆଗକୁ ସବୁ ସହରରେ ମିଳିବ ସୁବିଧା କହିଲେ ମୁଖ୍ୟମନ୍ତ୍ରୀ

ବିଧାୟକ ବିକ୍ରମ କୁମାର ପଣ୍ଡା ନିଜ ବକ୍ତବ୍ୟରେ କହିଛନ୍ତି ,‘‘ବ୍ରହ୍ମପୁର ସହରରେ ପିଇବା ପାଣି ଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ ବସ୍ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି । ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି ।’’ ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,‘‘ 5T ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡେ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି । ମୋ ବସ୍‌ ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରାଯାଉଛି । ଆଜି ଆପଣଙ୍କ ସହରରେ ମୋ ବସ୍‌ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ଯିବାଆସିବା କରି ପାରିବେ।’’ ମୋ ବସ୍‌ ପାଇଁ ଉଭୟ କ୍ୟାସ୍ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ୍‌ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ।

ଇଟିଭି ଭାରତ, ବ୍ରହ୍ମପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.