ETV Bharat / state

ଆସୁଛି ଲଘୁଚାପ ! ଏସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ବିଜୁଳି ଘଡ଼ଘଡ଼ି ପାଇଁ ସତର୍କତା ଜାରି - IMD ODISHA WEATHER UPDATE

48 ଘଣ୍ଟା ମଧ୍ୟରେ ଦଷିଣ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏସବୁ ଜିଲ୍ଲାକୁ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସତର୍କ ।

IMD On Odisha Weather
IMD On Odisha Weather (ETV Bharat Odisha)
author img

By ETV Bharat Odisha Team

Published : April 6, 2025 at 9:22 PM IST

Updated : April 7, 2025 at 6:53 AM IST

1 Min Read

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତାକାଲିଠାରୁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ପୂର୍ବନୁମାନ କରିଛି ପାଣିପାଗ ବିଭାଗ ।

ଆସୁଛି ଲଘୁଚାପ:

ଆଜି ବିଜୁଳି ଘଡ଼ଘଡ଼ି ପାଇଁ କୌଣସି ସତର୍କତା ନଥିଲେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ୮ ତାରିଖରେ ଲଘୁଚାପ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପରିମାଣ ବଢ଼ିବ । ସେହିପରି ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ । ଯାହାକୁ ନେଇ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

IMD On Odisha Weather (ETV Bharat Odisha)

ବଢ଼ିବ ବର୍ଷା:

ସେପଟେ ୯ ତାରିଖ ବେଳକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପରିମାଣ ଆହୁରି ବଢ଼ିବ । ସେହିପରି ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ବହିବ । ଯାହାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନଳ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

୧୦ ତାରିଖ ପାଇଁ ୱାର୍ଣ୍ଣିଂ:

୧୦ତାରିଖରେ ମଧ୍ୟ ସମାନ ସ୍ଥିତି ରହିବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼ ଜିଲ୍ଲାକୁ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୧ ରେ ଏସବୁ ଜିଲ୍ଲାରେ ବର୍ଷିବ:

୧୧ ତାରିଖରେ ବିଜୁଳି ଘଡ଼ଘଡ଼ି ପାଇଁ କୌଣସି ଚେତାବନୀ ନଥିଲେ ମଧ୍ୟ କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ରହିବ ।

୧୨ ତାରିଖରେ ବର୍ଷା:

୧୨ ତାରିଖରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର ଜିଲ୍ଲାରେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ମଧ୍ୟ ପଢ଼ନ୍ତୁ..

୧୧ ଯାଏଁ ବର୍ଷା, ଏସବୁ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ

ଆଗାମୀ ୨ ଦିନ ପାଇଁ ବିଜୁଳି ଘଡ଼ଘଡ଼ି ସତର୍କତା, ୧୦ ଯାଏଁ ଏସବୁ ଜିଲ୍ଲାରେ ବର୍ଷା

ଇଟିଭି ଭାରତ, ଭୁବନେଶ୍ବର

Last Updated : April 7, 2025 at 6:53 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.