ETV Bharat / state

ଆଗାମୀ 7 ଦିନ 40 ଡିଗ୍ରୀ ଉପରେ ରହିବ ତାପମାତ୍ରା, 12ରେ ଲଘୁଚାପ ! - ODISHA WEATHER UPDATE

ଆଗାମୀ ୫ ତାରିଖ ପର୍ଯନ୍ତ ତାପମାତ୍ରା ଏଇ ଭଳି‌ ଭାବେ ବୃଦ୍ଧି ରହିବ ।

ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି
ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି (ETV Bharat)
author img

By ETV Bharat Odisha Team

Published : June 2, 2025 at 1:02 PM IST

Updated : June 2, 2025 at 5:16 PM IST

2 Min Read

ଭୁବନେଶ୍ବର: ରାଜ୍ୟରେ ମୋୖସୁମୀ ଆସିବା ସତ୍ତ୍ବେ ସାରା ରାଜ୍ୟରେ ଅସହ୍ୟ ଗୁଳୁଗୁଳି । ପାଗ ଶୁଖିଲା ରହିବା ସହ ବର୍ଷାର ଦେଖା ଦର୍ଶନ ନାହିଁ । କେବଳ ମୟୂରଭଞ୍ଜକୁ ଛାଡିଦେଲ ଆଉ ସମସ୍ତ ଜିଲ୍ଲାରେ ଶୁଖିଲା ପାଗ । ବର୍ଷା ବଦଳରେ ତାପମାତ୍ରା ବୃଦ୍ଧି ପାଇଛି। ଫଳରେ ମୌସୁମୀ ଜନିତ ବର୍ଷା ଏବେ ଆରମ୍ଭରୁ ନିରାଶ କରିଛି ।

ଆଗାମୀ 7 ଦିନ 40 ଡିଗ୍ରୀ ଉପରେ ରହିବ ତାପମାତ୍ରା (ETV Bharat)
  • 5 ଯାଏଁ ବଢିବ ତାପମାତ୍ରା

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ପଶୁପାଳକ କହିଛନ୍ତି ‘‘ଆସନ୍ତା ୧୦ଦିନ ଧରି ମୋସୁମୀ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ନିଷ୍କ୍ରିୟ ରହିବ। ରାଜ୍ୟକୁ ପଶ୍ଚିମ ପବନ ବହୁଥିବାରୁ ମୋସୁମୀର ଏକ ଚାଦର ଓଡିଶା ଉପରେ ଘେରି ହୋଇଛି। ଆସନ୍ତା ୧୦ ତାରିଖରୁ ବା ୧୨ତାରିଖ ଆଡକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ସେତେବେଳକୁ ପ୍ରାୟ ୪ରୁ ୫ଦିନ ଯାଏ ବର୍ଷା ଲାଗି ରହିବ । ଅର୍ଥାତ୍ ଏଭଳି ଗରମ ଓ ଗୁଳୁଗୁଳି ଆସନ୍ତା ସ୍ନାନପୂର୍ଣ୍ଣମୀ ପର୍ଯ୍ୟନ୍ତ ଲାଗି ରହିବ । ଆଗାମୀ ୫ ତାରିଖ ପର୍ଯନ୍ତ ତାପମାତ୍ରା ଏଇ ଭଳି‌ ଭାବେ ବୃଦ୍ଧି ରହିବ’’।

ମୟୂରଭଞ୍ଜରେ ସର୍ବାଧିକ ବର୍ଷା ରେକର୍ଡ
ମୟୂରଭଞ୍ଜରେ ସର୍ବାଧିକ ବର୍ଷା ରେକର୍ଡ (ETV Bharat)
  • ସାତ ଦିନ ଟ୍ବିନସିଟିରେ ହିଟ୍‌ ୱେଭ ଆଲର୍ଟ

ଆସନ୍ତା ସାତ ଦିନ‌ ପାଇଁ ଟ୍ବିନି ସିଟିରେ ହିଟ୍ ଓ୍ବେଭ ଆଲର୍ଟ। ସର୍ବାଧିକ ୪୧ଡିଗ୍ରୀ ପର୍ଯନ୍ତ ଛୁଇଁପାରେ ତାପମାତ୍ରା । ଭୁବନେଶ୍ୱରରେ ଆସନ୍ତା ସାତ ଦିନ‌ ପାଇଁ ତାପମାତ୍ରା ୩୯ ଡିଗ୍ରି ଉପରେ ରହିବ । ଦୁଇ ତିନି ଦିନ ଯାଏଁ ୪୦ରୁ ୪୧ଡିଗ୍ରୀ ଛୁଇଁ ପାରେ ତାପମାତ୍ରା । ସେହିପରି କଟକରେ ୩୯ ଡିଗ୍ରି ତଥା ୪୦ ପର୍ଯ୍ୟନ୍ତ ତାପମାତ୍ରା ଆଗାମୀ ଦୁଇ ତିନ ରହିବ ବୋଲି ଅନୁମାନ କରାଯାଇଛି ।

  • 11 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା 2ରୁ 6 ଯାଏଁ ଏହ ସବୁ ଜିଲ୍ଲାରେ ପାରଦ ଉପରମୁହାଁ ରହିବ । 11 ଜିଲ୍ଲାରେ ତାତି ବଢିବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ,କଟକ, ଜଗତସିଂହପୁର, ନୟାଗଡ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି ।

  • କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା

ଅସହ୍ୟ ତାତି ମଧ୍ୟରେ ଆସନ୍ତା 1ରୁ 6 ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳହାଣ୍ଡି, ବଲାଙ୍ଗୀର ଓ ନୂଆପଡା ।

  • ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ରେକର୍ଡ

ରାଜ୍ୟରେ ଲଘୁଚାପ ଜନିତ ବର୍ଷା ପରେ ଜୁନ 1ରୁ ହଠାତ୍‌ ତାପମାତ୍ରାରେ ପରିବର୍ତ୍ତନ ଦେଖାଦେିଛି । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ସର୍ବାଧିକ ୩୯.୪ଡିଗ୍ରୀ ସେଲସିୟସ ଡିଗ୍ରୀ ରେକର୍ଡ କରଯାଇଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୨୨.୫ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସେହିପରି କଟକ ଭୁବନେଶ୍ୱର ତାପମାତ୍ରା ମଧ୍ୟ ସର୍ବାଧିକ ତାପମାତ୍ରା ଠୁ ମାତ୍ର ଏକ ଡିଗ୍ରୀ କମ ରହିଛି। ଅର୍ଥାତ୍ ଭୁବନେଶ୍ୱରରେ ୩୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକରେ ୩୭.୬ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି ।

ଫଳରେ ଜନ ଜୀବନର ଅସ୍ତବ୍ୟସ୍ତ ସହ ମୋସୁମୀ ସମୟରେ ଏଭଳି ଉତ୍ତପ୍ତ ଖରାର ପ୍ରକୋପ ଓ ତାପମାତ୍ରା ବୃଦ୍ଧି ଲୋକଙ୍କୁ ଅସ୍ତବ୍ୟସ୍ତ କରିଛି। ତାପମାତ୍ରାରେ ଘରୁ ବାହାରିବା କଷ୍ଟକର ସୋଇପଡ଼ିଛି।

  • ମୟୂରଭଞ୍ଜରେ ସର୍ବାଧିକ ବର୍ଷା ରେକର୍ଡ

ମୟୂରଭଞ୍ଜରେ ୬୦ପ୍ରତିଶତରୁ କମ ବର୍ଷା ହୋଇଥିବା ବେଳେ ବାକି ସାରା ରାଜ୍ୟର ସମସ୍ତ ଜିଲ୍ଲା ପୁରା ଶୁଖିଲା ରହିଛି। ଅର୍ଥାତ୍ ସାରା ରାଜ୍ୟରେ ୧୦୦ ପ୍ରତିଶତ ବିନା ବର୍ଷ ହୋଇଥିବା ଆଞ୍ଚଳିକ ପାଣିପାଗର ରେକର୍ଡ କହୁଛି। କେବଳ ମୟୂରଭଞ୍ଜରେ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏବେ ବର୍ଷା ଅନିଶ୍ଚିତତା ନେଇ କୃଷି କାର୍ଯ୍ୟ ପାଇଁ ମଧ୍ୟ ଆଶଙ୍କା ଉପୁଜିଛି।

ଏହା ମଧ୍ୟ ପଢନ୍ତୁ ଓଡି଼ଶାକୁ ଫେରିଲା ତାତି; ପୁଣି କରିବ କଲବଲ, 5 ଡିଗ୍ରୀ ଯାଏ ବଢିପାରେ ପାରଦ

ଏହା ମଧ୍ୟ ପଢନ୍ତୁ ଓଡ଼ିଶାରେ ଝଡ଼ ଆଶଙ୍କା, 4 ଜିଲ୍ଲାକୁ IMD ଆଲର୍ଟ

ଇଟିଭି ଭାରତ, ଭୁବନେଶ୍ବର

Last Updated : June 2, 2025 at 5:16 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.