ETV Bharat / state

ଭୁବନେଶ୍ୱରରେ ନବୀନଙ୍କ ପ୍ରଚାର: ବିରୋଧୀଙ୍କୁ ଟାର୍ଗେଟ, ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ ପାଇଁ କଲେ ଅନୁରୋଧ - CM NAVEEN ROAD SHOW

author img

By ETV Bharat Odisha Team

Published : May 22, 2024, 10:53 PM IST

Updated : May 22, 2024, 11:06 PM IST

Naveen Road Show:ଉତ୍ତର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୋରଦାର ପ୍ରଚାର । ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଏବଂ ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତଙ୍କ ପାଇଁ ମାଗିଲେ ଭୋଟ । ଅଧିକ ପଢନ୍ତୁ

ଶେଷ ହେଲା ରୋଡ଼ ସୋ', ଯୋଡ଼ି ଶଙ୍ଖ ପାଇଁ ଭୋଟ ମାଗିଲେ ନବୀନ
ଶେଷ ହେଲା ରୋଡ଼ ସୋ', ଯୋଡ଼ି ଶଙ୍ଖ ପାଇଁ ଭୋଟ ମାଗିଲେ ନବୀନ (ETV Bharat Odisha)

ଶେଷ ହେଲା ରୋଡ଼ ସୋ', ଯୋଡ଼ି ଶଙ୍ଖ ପାଇଁ ଭୋଟ ମାଗିଲେ ନବୀନ (ETV Bharat Odisha)

ଭୁବନେଶ୍ବର: ରାଜଧାନୀରେ ଶେଷ ହେଲା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ଼ ସୋ' । ଆଜି ନବୀନ ଉତ୍ତର ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ । ଏହା ନବୀନଙ୍କ ତୃତୀୟ ତଥା ଶେଷ ରୋଡ଼ ସୋ' ଥିଲା । ଏଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ସିଆରପି ଛକରୁ ରୋଡ଼ ସୋ ଆରମ୍ଭ ହୋଇ ପଟିଆ ଛକରେ ଶେଷ ହୋଇଥିଲା । ଏହି ରୋଡ଼ ସୋ'ରେ ଦଳର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତଙ୍କ ଲାଗି ଭୋଟ ମାଗିଥିଲେ । ଉତ୍ତର ଭୁବନେଶ୍ୱର ରେଣ୍ଟାଲ, ଓମଫେଡ ଛକ, ସାଲିଆସାହି ପେଟ୍ରୋଲ ପମ୍ପ, ମେ’ଫେୟାର, ବିଜୁ ପଟ୍ଟନାୟକ ଷ୍ଟାଚ୍ୟୁ, ଜାଭିୟର ଛକ, ବିଡିଏ ସାଇ ମନ୍ଦିର, ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ, ଡମଣା ମ୍ୟାକ୍ସ ସୋ’ ରୁମ ହୋଇ ପଟିଆ ଛକ ପର୍ଯ୍ୟନ୍ତ ଏହି ରୋଡ ସୋ’ ହୋଇଥିଲା । ଏହି ଅବସରରେ ବିରୋଧୀ ମିଛ କଥା କହୁଥିବା କହିବା ସହ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବୀନ କହିଛନ୍ତି ।

ଶେଷ ହେଲା ରୋଡ଼ ସୋ', ଯୋଡ଼ି ଶଙ୍ଖ ପାଇଁ ଭୋଟ ମାଗିଲେ ନବୀନ
ଶେଷ ହେଲା ରୋଡ଼ ସୋ', ଯୋଡ଼ି ଶଙ୍ଖ ପାଇଁ ଭୋଟ ମାଗିଲେ ନବୀନ (ETV Bharat Odisha)

ଭୁବନେଶ୍ୱର ସାଂସଦଙ୍କୁ ସମାଲୋଚନା କରିବା ସହ ପୁରୀ ଓ ଲିଙ୍ଗରାଜ ମନ୍ଦିର କାମ ବନ୍ଦ କରିବାକୁ ଅପରାଜିତା ଚେଷ୍ଟା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ଦୋହରାଇଛନ୍ତି । ରୋଡ଼ ସୋ'ରେ ଲକ୍ଷାଧିକ ଉତ୍ସାହିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ସରକାରଙ୍କ ଦ୍ୱାରା ଚାଲିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ପଚାରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିରୋଧୀ ନେତାମାନେ ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ସାଂସଦ ଭାବରେ ଭୁବନେଶ୍ୱରର ଅଭିବୃଦ୍ଧି ସମ୍ଭାବନାକୁ ବଢ଼ାଇବା ହେଉଛି ତାଙ୍କ କାମ । ପିଲାଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ତାଙ୍କ କାମ । କିନ୍ତୁ ଅପରାଜିତା ଛୋଟ ଛୋଟ କାମରେ ଲାଗିଛନ୍ତି । ଭୁବନେଶ୍ୱର ସାଂସଦ ଭାବେ ସହରକୁ ମେଟ୍ରୋ ଆଣିବା, ରିଙ୍ଗ ରୋଡ଼ କରି ଆଖପାଖ ଅଞ୍ଚଳକୁ ଭୁବନେଶ୍ୱର ସହିତ ଯୋଡ଼ିବା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ କାମ । ଭୋପାଲ, ବେଙ୍ଗାଲୁରୁ ଓ ଜୟପୁରରେ ରାଜଧାନୀ ଅଞ୍ଚଳର ବିଜେପି ସାଂସଦମାନେ ସେମାନଙ୍କ ଅଞ୍ଚଳ ପାଇଁ ବଡ଼ ବଡ଼ ପ୍ରୋଜେକ୍ଟ ଆଣିପାରିଛନ୍ତି । ସାଂସଦ ଭାବେ ଆମର ଆଶା ଥିଲା ସେ ଭୁବନେଶ୍ୱର ପାଇଁ ଆଇଟି ପାର୍କ, ସଫ୍ଟୱେର ପାର୍କ, ସି ଫୁଡ଼ ପାର୍କ, ଟେକ୍ସଟାଇଲ ପାର୍କ ଆଦି ଅନେକ ଶିଳ୍ପ ଆଣିବେ ।

ଏହା ମଧ୍ୟ ପଢନ୍ତୁ ........ରାଜଧାନୀରେ ନବୀନଙ୍କ ବିଶାଳ ରୋଡ଼ ସୋ': LIVE - NAVEEN ROAD SHOW

ଜୁନ ୯ ତାରିଖରେ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ ବନ୍ଦ ହେବ । ଦ୍ୱିତୀୟ ଦସ୍ତଖତରେ ସମସ୍ତେ ବିଏସକେୱାଇରେ ସାମିଲ ହେବେ । ତୃତୀୟ ଦସ୍ତଖତରେ ୬୦ ବର୍ଷ ପରେ ମିଶନ ଶକ୍ତି ମଆ ପାଇଁ ପେନସନ୍ ବ୍ୟବସ୍ଥା କରାଯିବ । ଆସନ୍ତା ୧୦ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ଯୁବପିଢ଼ିଙ୍କୁ ସଶକ୍ତ କରି ନୂଆ ଓଡ଼ିଶା ଗଠନ କରିବାର ଲକ୍ଷ୍ୟ ରଖିଛନ୍ତି ବୋଲି ସେ କହିଛନ୍ତି । ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ସେ ନିବେଦନ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : May 22, 2024, 11:06 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.