ETV Bharat / state

ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗ, ଏପ୍ରିଲ ୧୦ ପର୍ଯ୍ୟନ୍ତ ବିଧାୟକ ପ୍ରତାପଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର - Mahanga Double Murder Case

author img

By ETV Bharat Odisha Team

Published : Mar 28, 2024, 9:50 PM IST

Mahanga Double Murder Case: ହାଇକୋର୍ଟରେ ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗ । ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ କୋର୍ଟ । ଅଧିକ ପଢନ୍ତୁ

MLA Pratap Jena
MLA Pratap Jena

କଟକ: ହାଇକୋର୍ଟରେ ମାହାଙ୍ଗା ଡବଲ ମର୍ଡର ଘଟଣା । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ କୋର୍ଟ । ପ୍ରତିପକ୍ଷଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶେଷ ହୋଇଛି । ମାମଲାର ଶୁଣାଣି କରି କୋର୍ଟ ଲିଖିତ ଯୁକ୍ତି ଦାଖଲ କରିବାକୁ ସମସ୍ତ ପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ବିଧାୟକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି । ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ପ୍ରତାପ ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ ବିଧାୟକ ପ୍ରତାପ ଜେନା । କ୍ରିମିନାଲ ରିଭ୍ୟୁ ପିଟିସନ ଦାଖଲ କରିଥିଲେ । ୨୦୨୧ ମସିହାରେ ମାହାଙ୍ଗା ଥାନା ଅନ୍ତର୍ଗତ ନୁର୍ତ୍ତାଙ୍ଗ ପଞ୍ଚାୟତରେ ହୋଇଥିବା ଡବଲ ମର୍ଡର ଘଟଣାରେ ପ୍ରତାପଙ୍କ ନାଁରେ ଲାଗିଥିଲା ଦଫା ୩୦୨ । ବର୍ତ୍ତମାନ ତାଙ୍କ ବିରୋଧରେ ସାଲେପୁର ଜେଏମଏଫସିରେ କୋର୍ଟରେ ଏହି ମାମଲା ଚାଲିଛି। ନିମ୍ନ ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏହି ରିଭ୍ୟୁ ପିଟିସନ ଦାଖଲ କରିଥିଲେ ପ୍ରତାପ । ସେହିପରି ସିଆରପିସିର ଧାରା ୨୦୫ରେ ଏକ ପିଟିସନ ବି ଦାଖଲ କରିଥିଲେ ପ୍ରତାପ ।

ଏହା ବି ପଢନ୍ତୁ- ମାହାଙ୍ଗା ଡବଲ ମର୍ଡର ମାମଲା; ୨୮ ତାରିଖ ଯାଏଁ ପ୍ରତାପ ଜେନାଙ୍କୁ ଅନ୍ତରୀଣ ସୁରକ୍ଷା

ଏହି ଧାରା ଅନୁଯାୟୀ ବ୍ୟକ୍ତିଗତ ହାଜେରାରୁ ବିରତ ଦେବାକୁ ସେ କୋର୍ଟରେ ପ୍ରାର୍ଥନା କରିଛନ୍ତି । ତେବେ ପ୍ରତିପକ୍ଷ ଏହାକୁ ଅବଜେକ୍ସନ ମଧ୍ୟ କରିଛନ୍ତି । ସେହିପରି ସିଆରପିସିର ଧାରା ୨୧୦ରେ ପ୍ରତିପକ୍ଷ ଆଉ ଗୋଟିଏ ପିଟିସନ ଦାୟର କରିଥିଲେ । ଚଳିତ ମାସ 15 ତାରିଖରେ ଏହି ମାମଲାର ଶୁଣାଣି ହାଇକୋର୍ଟରେ ହୋଇଥିଲା । କୋର୍ଟ ଉଭୟ ପକ୍ଷର ଯୁକ୍ତି ଶୁଣିଥିବା ବେଳେ ଆଜି ଅର୍ଥାତ ମାର୍ଚ୍ଚ 28 ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଥିଲେ ।

କଣ ଥିଲା ପୁରା ଘଟଣା ? :- ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାର ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ 13 ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । 13 ଜଣ ଅଭିଯୁକ୍ତଙ୍କ ମଧ୍ୟରୁ 9 ଜଣ ଗିରଫ ହୋଇଥିଲେ । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା । ହେଲେ ପରବର୍ତ୍ତୀ ସମୟରେ ବିଧାୟକଙ୍କ ନାଁକୁ ଏଫ୍‌ଆଇଆର୍‌ରୁ କାଟି ଦିଆଯାଇଥିଲା । ଏହା ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍‌ଏଫ୍‌ସି ।

ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ୩ ମାସ ସମୟ ଗଡ଼ାଇ ଚାଲିଥିଲା ପୋଲିସ୍‌ । ଏହାକୁ ନେଇ କୋର୍ଟ କ୍ଷୋଭ ପ୍ରକାଶ କରିଥିଲେ । ସେହିବର୍ଷ ନଭେମ୍ବର ୨୫ ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ଡିସେମ୍ବର ୯ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.