ETV Bharat / state

କ୍ୟାବିନେଟ ନିଷ୍ପତ୍ତି: ଯୁବ ବର୍ଗ ପାଇଁ ନୂଆ ସ୍କିମ ‘ସ୍ୱୟମ’, ସୃଷ୍ଟି କରିବ ସ୍ୱତନ୍ତ୍ର ଯୁବ ଉଦ୍ୟମୀ

author img

By ETV Bharat Odisha Team

Published : Feb 12, 2024, 8:23 PM IST

Updated : Feb 12, 2024, 8:59 PM IST

Odisha Cabinet
Odisha Cabinet

Odisha Cabinet: ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ମାରିଛନ୍ତି ଆଉ ଏକ ମାଷ୍ଟର ଷ୍ଟ୍ରୋକ । ବୃଦ୍ଧବୃଦ୍ଧାଙ୍କ ପରେ ଏବେ ବେକାରୀ ଯୁବକ ଯୁବତୀଙ୍କ ଉପରେ ପକାଇଛନ୍ତି ଆଖି । ଆଜି ବସିଥିବା କ୍ୟାବିନେଟ ନିଷ୍ପତି ଅନୁସାରେ ଛାତ୍ର ଓ ଯୁବକଙ୍କ ଲାଗି କାର୍ଯ୍ୟକାରୀ ହେବ ନୂଆ ଯୋଜନା ‘ସ୍ବୟଂ’ । ଏହାବାଦ କ୍ୟାବିନେଟ ୧୪ ବିଭାଗର ୨୭ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି । ଅଧିକ ପଢନ୍ତୁ

ବେକାରୀ ଯୁବକ ଯୁବତୀଙ୍କୁ ବିନା ସୁଧରେ ମିଳିବ ବ୍ୟାଙ୍କ ଋଣ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ମାରିଛନ୍ତି ଆଉ ଏକ ମାଷ୍ଟର ଷ୍ଟ୍ରୋକ । ବୃଦ୍ଧବୃଦ୍ଧାଙ୍କ ପରେ ଏବେ ବେକାରୀ ଯୁବକ ଯୁବତୀଙ୍କ ଉପରେ ପକାଇଛନ୍ତି ଆଖି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ହୋଇଛି ବଡ ନିଷ୍ପତ୍ତି । କ୍ୟାବିନେଟ ନିଷ୍ପତ୍ତି ଅନୁସାରେ ଛାତ୍ର ଓ ଯୁବକଙ୍କ ଲାଗି କାର୍ଯ୍ୟକାରୀ ହେବ ନୂଆ ଯୋଜନା ‘ସ୍ବୟମ’ । ଏହାବାଦ କ୍ୟାବିନେଟ ୧୪ ବିଭାଗର ୨୭ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ।

ଅଧିକ ପଢନ୍ତୁ- କ୍ୟାବିନେଟ ବୈଠକ; ୮ ବିଭାଗର ୧୦ ପ୍ରସ୍ତାବକୁ ମୋହର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ । ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି । ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରାଯିବ । ଏଥିପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ବୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି । ଏହା ଦ୍ବାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

‘ସ୍ବୟମ’ ହେଉଛି ସ୍ବତନ୍ତ୍ର ଯୁବ ଉଦ୍ୟମୀ (Swatantra Yuba Udyami) । ଏହି ଯୋଜନାରେ ୧୮ ରୁ ୩୫ ବର୍ଷ ବୟସର ଯୁବକ ଯୁବତୀମାନଙ୍କୁ ବ୍ୟବସାୟ କରିବା ପାଇଁ ୧ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ବିନା ସୁଧରେ ପ୍ରଦାନ କରାଯିବ । ଏହି ଯୋଜନାରେ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବକ ଯୁବତୀମାନଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥି ପାଇଁ ରାଜ୍ୟ ସରକାର ତାଙ୍କ ନିଜ ବଜେଟରୁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନେ ସାମିଲ ହୋଇପାରିବେ । ଅନୁସୂଚିତ ଜାତି ଜନଜାତି ଓ ଭିନ୍ନକ୍ଷମ ବର୍ଗର ପିଲାଙ୍କ ପାଇଁ ଏହି ବୟମ ସୀମା ୧୮ ରୁ ୪୦ ବର୍ଷ । ଆବେଦନକାରୀଙ୍କ ପରିବାର କାଳିଆ କିମ୍ବା BSKY ଯୋଜନାରେ ସାମିଲ ହୋଇଥିବେ କିମ୍ବା ସେମାନଙ୍କ ବାର୍ଷିକ ପାରିବାରିକ ରୋଜଗାର ୨ ଲକ୍ଷରୁ କମ ହେବା ଆବଶ୍ୟକ । ପରିବାରର ଅର୍ଥ ଏଠାରେ ହେଉଛି ଆବେଦନକାରୀ ଓ ତାଙ୍କ ପତି ବା ପତ୍ନୀ । ଆବେଦନକାରୀଙ୍କର ଉଦ୍ୟମୀ ପଞ୍ଜିକୃତ କିମ୍ବା ଉଦ୍ୟମୀ ସହାୟତା ନମ୍ବର ରହିବା ଆବଶ୍ୟକ ।

ବ୍ୟାଙ୍କ କିମ୍ବା ଅନ୍ୟ କୌଣସି ଆର୍ଥିକ ଅନୁଷ୍ଠାନରୁ ଋଣ ନେଇ ଦେଇନଥିଲେ, କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ କୌଣସି ଯୋଜନାର ବକୈୟା ଋଣ ଥିଲେ, ଆବେଦନକାରୀଙ୍କୁ ଯୋଜନାର ସୁବିଧା ମିଳିବ ନାହିଁ । କେନ୍ଦ୍ର ଓ ରାଜ୍ୟ ସରକାର କିମ୍ବା କୌଣସି ସରକାରୀ ଉଦ୍ୟୋଗର କର୍ମଚାରୀ ବା ସାମ୍ବିଧାନିକ ସଂସ୍ଥାର କର୍ମଚାରୀ ଏବଂ ତାଙ୍କ ପରିବାରଙ୍କୁ ଏହି ଋଣ ମିଳିବ ନାହିଁ । ପରିବାରର ଜଣେ ସଦସ୍ୟ ଏହି ସୁବିଧା ନେଇଥିଲେ ଅନ୍ୟ ସଦସ୍ୟ ଏହା ପାଇପାରିବେ ନାହିଁ । ଏହି ଯୋଜନାରେ ରାଜ୍ୟ ସରକାର ଅଣୁ ଓ କ୍ଷୁଦ୍ର ବ୍ୟବସାୟୀମାନଙ୍କ ପାଇଁ ଉପଲବ୍ଧ 85 ପ୍ରତିଶତ ଋଣ ଗ୍ୟାରେଣ୍ଟି ବ୍ୟତିତ ଆହୁରି ୧୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ପ୍ରଦାନ କରିବେ । ରାଜ୍ୟ ସରକାର ଋଣର ସମସ୍ତ ସୁଧ ଭାର ବହନ କରିବେ । CGTMSE ର ବାର୍ଷିକ ଗ୍ୟାରେଣ୍ଟି ଦେୟ ମଧ୍ୟ ରାଜ୍ୟ ସରକାର ବହନ କରିବେ ।

ଏଥିପାଇଁ ଆବେଦନକାରୀମାନଙ୍କୁ ଋଣ ପାଇଁ କୌଣସି ବନ୍ଧକ ବା ଆବେଦନ ଫି ଦେବାକୁ ପଡିବ ନାହିଁ । ୪ ବର୍ଷରେ ଆବେଦନକାରୀ ମୂଳ ଋଣ ସୁଝି ପାରିବେ । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଯୁବକ ଯୁବତୀ ବ୍ୟବସାୟ ଓ ବାଣିଜ୍ୟ ପାଇଁ ସରକାରଙ୍କ ସ୍ବତନ୍ତ୍ର ସହାୟତା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂପର୍କିତ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଯାଇଥିଲା । ଆଜି ଏହା ଅନୁମୋଦନ ଲାଭ କରିଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Feb 12, 2024, 8:59 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.