ETV Bharat / state

୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ !

author img

By ETV Bharat Odisha Team

Published : Mar 17, 2024, 7:23 PM IST

୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ !
୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ !

Weather Report: ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ସହ ବର୍ଷା, ସତର୍କତା ଜାରି କଲା ପାଣିପାଗ ବିଭାଗ । ୧୯ ଏବଂ ୨୦ ତାରିଖରେ ପଡ଼ିବ ବଡ ପ୍ରଭାବ । ଅଧିକ ପଢନ୍ତୁ

୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ !

ଭୁବନେଶ୍ବର: ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ୧୯ ଏବଂ ୨୦ ତାରିଖରେ ପଡ଼ିବ ବଡ ପ୍ରଭାବ । ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ବର୍ତ୍ତମାନ ରାଜ୍ୟର କଛି ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି ।

ସେହିପର ରଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ,ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି, ବଲାଙ୍ଗୀର, ରାୟଗଡା ଏବଂ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ନେଇ ଆକାଳନ କରିଛି ପାଣିପାଗ ବିଭାଗ । ଏହାସହ କିଛି ସ୍ଥାନରେ କୁଆପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

ସେହିଭଳି ୨୦ ତାରିଖରେ ୪ଟି ଜିଲ୍ଲା କଟକ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ଉପକୂଳ ଓଡ଼ିଶା ବଙ୍ଗୋପସାଗରରେ ଏକ ଗୁରୁଚାପବଳୟ ସକ୍ରିୟ ରହିଥିବା ବେଳେ ପଶ୍ଚିମା ଝଡର ପ୍ରଭାବ ରହିଛି । ଏହି ନିୟାମକ ଅନୁସାରେ ରାଜ୍ୟରେ ପାଗ ବଦଳିବା ସହ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ୨୧ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ । ବର୍ଷା ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବର୍ଷା ହେଲେ ବି କିଛି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ପର୍ଯ୍ୟନ୍ତ ରହିବା ସହ ଗରମ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟ ପଢନ୍ତୁ .....ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା, ୫ଦିନ ଯାଏଁ ଅରେଞ୍ଜ ଆଲର୍ଟ


ଏହି କାଳବୈଶାଖୀ ବର୍ଷାକୁ ନେଇ ଆସନ୍ତା 24 ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନ ସହ ଉତ୍ତର ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ 8ଟି ଜିଲ୍ଲା ଯେପରିକି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ,ଯାଜପୁର, କଟକ,ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ କନ୍ଧମାଳର ଜି ଉଦୟଗିରିରେ ୫୯.୦ ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।ସେହିପପରି ବୌଦ୍ଧରେ ସର୍ବାଧିକ ୩୭.୭ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ କରାଯାଇଛି ।


ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.