ETV Bharat / state

ହାଇକୋର୍ଟରେ SCB ଅଗ୍ନି ନିରାପତ୍ତା ମାମଲା, ସାନି ସତ୍ୟପାଠ ଦାଖଲ କରିବେ ଅଧୀକ୍ଷଣ ଯନ୍ତ୍ରୀ

author img

By ETV Bharat Odisha Team

Published : Feb 7, 2024, 10:03 AM IST

SCB Medical Fire arrangements
SCB Medical Fire arrangements

SCB Medical Fire arrangements: SCBରେ ଅଗ୍ନି ନିରାପତ୍ତା ମାମଲା । ସାନି ସତ୍ୟପାଠ ଦାଖଲ ପାଇଁ ପୁଣିଥରେ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଅଧିକ ପଢନ୍ତୁ

କଟକ: ହାଇକୋର୍ଟରେ ଏସସିବି ଅଗ୍ନି ନିରାପତ୍ତା ମାମଲା । ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାନି ସତ୍ୟପାଠ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମ୍ପର୍କିତ ମାମଲାରେ ଆର ଆଣ୍ଡ ବି ଅଧୀକ୍ଷଣ ଯନ୍ତ୍ରୀ ଯେଉଁ ସତ୍ୟପାଠ ଦାଖଲ କରିଥିଲେ ତାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ ହାଇକୋର୍ଟ । ଏନେଇ ପୁଣିଥରେ ସାନି ସତ୍ୟପାଠ ଦାଖଲ ପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ସୂଚନା ମୁତାବକ, କଟକ ବଡ଼ ମେଡିକାଲରେ ଅଗ୍ନି ନିରାପତ୍ତା ମାମଲାରେ ସାନି ସତ୍ୟପାଠ ଦାଖଲ କରିବାକୁ ପୂର୍ବରୁ କୋର୍ଟ ନିର୍ଦେଶ ଦେଇଥିଲେ । ୯ ମାସ ମଧ୍ୟରେ ସମ୍ପୂର୍ଣ୍ଣ ଅଗ୍ନି ନିରାପତ୍ତା ବ୍ୟବସ୍ଥା ପାଇଁ ସମୟ ଲାଗିବ ଏବଂ ଯୁଦ୍ଧକାଳୀନ ଭାବରେ ଏହି କାର୍ଯ୍ୟ ୬ ମାସ ଲାଗିବ ବୋଲି କୋର୍ଟଙ୍କୁ ଅବଗତ କରାଯାଇଥିଲା। ତେବେ କୋର୍ଟ ଏହି ସତ୍ୟପାଠକୁ ଗ୍ରହଣ କରି ନଥିଲେ। ଏନେଇ ସାନି ସତ୍ୟପାଠ ଦାଖଲ କରିବାକୁ କୋର୍ଟ ନିର୍ଦ୍ଧେଶ ଦେଇଥିଲେ ।

ଗତ ଡିସେମ୍ବର ୧୪ର ନିର୍ଦ୍ଦେଶ ପାଳନ କରି ଏସସିବି ଅଧୀକ୍ଷକଙ୍କ ପକ୍ଷରୁ ହାଇକୋର୍ଟରେ ଏହି ସତ୍ୟପାଠ ଦାଖଲ କରାଯାଇଥିଲା । ଦାଖଲ ହୋଇଥିବା ସତ୍ୟପାଠରେ ଦର୍ଶାଯାଇଥିଲା ଯେ ଏହି ପ୍ରସଙ୍ଗକୁ ନେଇ ଆର ଆଣ୍ଡ ବି ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖା ଯାଇଥିଲା। ଆର ଆଣ୍ଡ ବି ପକ୍ଷରୁ ମିଳିଥିବା ସୂଚନାରୁ ଏସ୍‌ସିବିରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଂପୂର୍ଣ୍ଣ କରିବାକୁ ୯ ମାସ ସମୟ ଆବଶ୍ୟକ। ଏସ୍‌ସିବି ମେଡିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ କେବେ ସୁଦ୍ଧା ଆବଶ୍ୟକ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରାଯିବ ସେ ନେଇ ଅବଗତ କରିବାକୁ ହାଇକୋର୍ଟ ଅଗଷ୍ଟ ୧୪ରେ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଗ୍ନି ନିରାପତ୍ତା ବ୍ୟବସ୍ଥା ପ୍ରସଙ୍ଗକୁ ବିସ୍ତୃତ ଯୋଜନା ପ୍ରସ୍ତୁତ କରି ଜଣାଇବାକୁ ରାଜ୍ୟ ସରକାର ଓ ଏସ୍‌ସିବି ଅଧୀକ୍ଷକଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କେତେ ତାରିଖ ସୁଦ୍ଧା ଏସ୍‌ସିବିରେ ଆବଶ୍ୟକ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରାଯିବ ସେ ନେଇ ପରବର୍ତ୍ତୀ ଶୁଣାଣି ପୂର୍ବରୁ ଅବଗତ କରିବାକୁ ହାଇକୋର୍ଟ କହିଥିଲେ।

ଏହା ମଧ୍ୟ ପଢନ୍ତୁ-SCB ଅଗ୍ନି ନିରାପତ୍ତା ମାମଲା, ସାନି ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ସେପ୍ଟେମ୍ବର ୧୧ ସୁଦ୍ଧା ସତ୍ୟପାଠ ଦାଖଲ ପାଇଁ ଅଗଷ୍ଟ ୧୪ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସେପ୍ଟେମ୍ବର ୧୧ରେ ରାଜ୍ୟ ସରକାର ‌ଦାଖଲ କରିଥିବା ଜବାବକୁ ନେଇ ହାଇକୋର୍ଟ ଅସନ୍ତୋଷବ୍ୟକ୍ତ କରିଥିଲେ। ଏଥିସହିତ ସାନି ସତ୍ୟପାଠ ଦାଖଲ ପାଇଁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏସସିବି ମେଡିକାଲ କଲେଜରେ ଉପଯୁକ୍ତ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସୁନିଶ୍ଚିତ କରିବା ଉପରେ ହାଇକୋର୍ଟ ଗୁରୁତ୍ବାରୋପ କରିଥିଲେ। ଏହାପରେ ନଭେମ୍ବର ୧୭ରେ ଏ ନେଇ ଅତିରିକ୍ତ ସତ୍ୟପାଠ ହାଇକୋର୍ଟରେ ଏସସିବି ଅଧୀକ୍ଷକ ଦାଖଲ କରିଥିଲେ। ୨୦୧୩ରେ ଏସ୍‌ସିବି ମେଡିକାଲ କଲେଜରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ପ୍ରସଂଗକୁ ନେଇ ଅଧୀକ୍ଷକଙ୍କ ତରଫରୁ ସ୍ବାସ୍ଥ୍ୟ ବିଭାଗକୁ ଚିଠି ଲେଖାଯାଇଥିଲା। ସେତେବେଳେ ଏଥିପାଇଁ ୯୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଥିଲା। କିନ୍ତୁ ଏହି ପ୍ରସଙ୍ଗରେ କୌଣସି ପଦକ୍ଷେପ ନିଆଯାଇ ନଥିବା ଦର୍ଶାଇ ଆବେଦନକାରୀ ୨୦୧୫ରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ଅଗ୍ନି ନିରାପତ୍ତା ବ୍ୟବସ୍ଥା ସହିତ ଏସ୍‌ସିବିର ସବୁ ସ୍ଥାନରେ ସିସି ଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଥିଲା।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.