ETV Bharat / state

ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶୁଭେଚ୍ଛା, କହିଲେ 'ସାକାର ହେଉ ସ୍ବପ୍ନ' - ODIA NEW YEAR 2025

ଆଜି ଓଡ଼ିଆ ନୂଆବର୍ଷ, ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Odia New Year
Odia New Year (ETV Bharat Odisha)
author img

By ETV Bharat Odisha Team

Published : April 14, 2025 at 10:57 AM IST

Updated : April 14, 2025 at 12:12 PM IST

1 Min Read

Pana Sankranti 2025 Festival ଭୁବନେଶ୍ବର: ଆଜି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି । ଚଳଚଞ୍ଚଳ ଗାଁରୁ ସହର । ସବୁ ଓଡ଼ିଆଙ୍କ ମନରେ ଉତ୍ସାହର ମାହୋଲ । ପଣା ସଂକ୍ରାନ୍ତି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଓଡ଼ିଆ ଏବଂ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

President Greetings People Of Odisha

ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି: ଓଡ଼ିଶାବାସୀଙ୍କୁ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, "ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଇ-ଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଉଛି । "

PM Modi Wishes People Of Odisha:

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା ବାର୍ତ୍ତା: ଓଡ଼ିଶାବାସୀଙ୍କୁ ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି, "ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଶୁଭକାମନା । ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ । ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ।"

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା:

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, "ଓଡ଼ିଆ ନୂଆବର୍ଷ ତଥା ମାହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶା ତଥା ବିଶ୍ବର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଆମ ସଂସ୍କୃତି ଓ ପରମ୍ପରା ଉପରେ ଆଧାରିତ ଏହି ଦିବସରେ ଆସନ୍ତୁ, ଓଡ଼ିଶାର ଗୌରବକୁ ନୂଆ ଶିଖରରେ ପହଞ୍ଚାଇବା ସହିତ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳଳ୍ପବଦ୍ଧ ହୋଇ କାମ କରିବା ।" ଓଡ଼ିଆ ନବବର୍ଷ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବିଭବ । ସ୍ୱାଭିମାନୀ ଓଡ଼ିଆ ଭାବେ ଓଡ଼ିଆ ନବବର୍ଷକୁ ସମସ୍ତେ ମହା ଆଡ଼ମ୍ବର ସହକାରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ମୋହମ ମାଝୀ ଆହ୍ୱାନ କରିଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ..

ଆଜି ଓଡ଼ିଆ ନୂଆବର୍ଷ, ଜାଣନ୍ତୁ ପଣା ସଂକ୍ରାନ୍ତିର ମାହାତ୍ମ୍ୟ

ମହାବିଷୁବ ସଂକ୍ରାନ୍ତି ପାଇଁ ମହାପ୍ରସ୍ତୁତି, ଆଇନଶୃଙ୍ଖଳା ନେଇ ବଡ଼ ନିଷ୍ପତ୍ତି

ନବୀନ ପଟ୍ଟନାୟକ ଜଣାଇଲେ ନବବର୍ଷ ଶୁଭେଚ୍ଛା:

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, "ଆଜି ପଣା ସଂକ୍ରାନ୍ତି ଓ ଓଡ଼ିଆ ନୂଆବର୍ଷ । ଏହି ଅବସରରେ ଓଡ଼ିଶାବାସୀ ତଥା ଓଡ଼ିଆମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ।"

Last Updated : April 14, 2025 at 12:12 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.