ETV Bharat / state

କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ - Santilata Barik passes away

author img

By ETV Bharat Odisha Team

Published : Apr 1, 2024, 9:26 PM IST

Updated : Apr 2, 2024, 9:45 AM IST

Santilata Barik passes away: ଆଉ ନାହାନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ । ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । କ୍ୟାନସରରେ ଥିଲେ ପୀଡିତ । ଅଧିକ ପଢନ୍ତୁ

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ମୁଖ୍ୟମନ୍ତ୍ରୀଙ୍କ ଶୋକ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ସେ ଗତ କିଛି ମାସ ହେବ କ୍ୟାନସରରେ ପୀଡିତ ହୋଇ ଚିକିତ୍ସାଧୀନ ହେଉଥିଲେ । ତେବେ ସୋମବାର ସଂଧ୍ୟାରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ଦୀର୍ଘ ଦଶନ୍ଧିର ସଙ୍ଗୀତ ସାଧାନାରେ ସେ ବିଶେଷ ଭାବେ ଭଜନ ପାଇଁ ବେଶ ଲୋକପ୍ରିୟତା ହାସଲ କରିଥିଲେ । ଜଗନ୍ନାଥଙ୍କ ଭଜନ ଓ ଜଣାଣ ଗାଇବାରେ ତାଙ୍କର ବେଶ ସୁଖ୍ୟାତି ଥିଲା । ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବା ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି । ଆଜି ତାଙ୍କ ମୃତଦେହ ବାସଭବନକୁ ଅଣାଯିବ । ଆସନ୍ତାକାଲି ସକାଳେ ତାଙ୍କୁ ଶୁଭେଚ୍ଛୁମାନେ ଶେଷ ଦର୍ଶନ କରିପାରିବେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କଳାଜଗତ ସହ ଜଡିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ପ୍ରମୁଖ ଟ୍ବିଟ କରି ଶୋକବ୍ୟକ୍ତ କରିବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି । ତାଙ୍କର ଦେହାନ୍ତ କଳାଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଲେଖିଛନ୍ତି, ‘‘ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସେ ଗାଇଥିବା ସୁମଧୁର ଭକ୍ତି ସଙ୍ଗୀତ ତାଙ୍କୁ ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।’’

ଏହା ମଧ୍ୟ ପଢନ୍ତୁ :- ଶ୍ରୀଲଙ୍କା ନିକଟକୁ କିଭଳି ଗଲା କଚ୍ଚାତିବୁ ଦ୍ବୀପ, ସ୍ପଷ୍ଟିକରଣ ରଖିଲେ ଜୟଶଙ୍କର - Katchatheevu Issue

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟରେ କହିଛନ୍ତି, ‘‘ଓଡ଼ିଶା ଭକ୍ତି ସଙ୍ଗୀତର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କର ଗୀତରେ ଆଧ୍ୟାତ୍ମିକତାର ଆବେଗ ଓ ସମର୍ପଣ ଭାବନା ଥିଲା । ସଙ୍ଗୀତ ମାଧ୍ୟମରେ ସେ ଓଡ଼ିଶାର ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡିଥିଲେ । ତାଙ୍କର ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି । ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।’’

ଇଟିଭି ଭାରତ, ଭୁବନେଶ୍ବର

Last Updated :Apr 2, 2024, 9:45 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.