ETV Bharat / state

ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ - Undertrial Prisoner death

author img

By ETV Bharat Odisha Team

Published : Apr 18, 2024, 2:31 PM IST

Undertrial Prisoner death
Undertrial Prisoner death

Undertrial Prisoner death:ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟଣାକୁ ନେଇ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି । ଅଧିକ ପଢନ୍ତୁ

Undertrial Prisoner death

କନ୍ଧମାଳ: ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ମୃତକ ହେଉଛନ୍ତି ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ ବୋଲି ଜଣାପଡିଛି। ତେବେ ଜେଲରେ ତାଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ସହ ଆଜି ଜିଲ୍ଲାର ମେଡିକାଲ ଛକଠାରେ ରାସ୍ତାରୋକ କରିଛନ୍ତି ମୃତକଙ୍କ ପରିବାର ସମେତ ଶତାଧିକ ଗ୍ରାମବାସୀ । ଫଳରେ ସାଧାରଣ ଲୋକଙ୍କ ଯାତାୟତରେ ବାଧାପ୍ରାପ୍ତ ହୋଇଛି ।

ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ଦିନ ସ୍ଥାନୀୟ ମଣ୍ଡଳ କାରାଗାରରେ ଥିବା ବିଚାରାଧୀନ କଏଦୀ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡିମିରିଗୁଡା ଗ୍ରାମର ଅଭିରାମ ଦିଗାଲ ଅସୁସ୍ଥ ହୋଇ ପଡିଥିଲେ । ଏନେଇ ତାଙ୍କୁ ଅବସ୍ଥାରେ ଜେଲ କର୍ତ୍ତୃପକ୍ଷ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ତେଣୁ ଜେଲରେ ମାଡ଼ ମାରି ଶାରୀରିକ ନିର୍ଯାତନା ଦିଆଯିବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏନେଇ ମୃତକଙ୍କ ଭାଇ ସ୍ଥାନୀୟ ଟାଉନ ଥାନାରେ ଏତଲା ଦେଇଛନ୍ତି। ଏଥିସହ ରାସ୍ତା ଅବରୋଧ କରି ଦୋଷୀ ଜେଲ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ବହିଷ୍କାର ସହ ମୃତକଙ୍କ ପରିବାରକୁ 50 ଲକ୍ଷ ଟଙ୍କା ର କ୍ଷତିପୂରଣ ଦାବି କରିଛନ୍ତି ପରିବାର ଲୋକେ।

ଅପରପକ୍ଷରେ ଆଜିର ଏହି ରାସ୍ତା ରୋକରେ ଫୁଲବାଣୀ ବିଜେପି ବିଧାନସଭା ପ୍ରାର୍ଥୀ ଉମାଚରଣ ମଲ୍ଲିକ, ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ପ୍ରମୂଖ ସାମିଲ ହୋଇଥିବା ଦେଖିବାକୁ ମିଳିଛି। ଲୋକଙ୍କ ବିରୋଧ ଯୋଗୁଁ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇ ପାରିନାହିଁ। ଘଟଣାସ୍ଥଳରେ ଫୁଲବାଣୀ ଉପଜିଲ୍ଲାପାଳ, ସଦର ସିଡିପିଓ ପହଞ୍ଚିଥିଲେ ମଧ୍ୟ କୌଣସି ସମାଧାନର ବାଟ ବାହାରି ପାରିନାହିଁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି ।

ପ୍ରକାଶ ଥାଉକି, ଗଞ୍ଜେଇ ଚାଲାଣ ମାମଲାରେ ତାଙ୍କ ନାମରେ ୱାରେଣ୍ଟ ଥିଲା। ସେ ଗତ ୧୫ ତାରିଖରେ ଆତ୍ମସମର୍ପଣ କରିଥିଲେ। ତାଙ୍କର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କୋର୍ଟ ବିଚାରଧୀନ କଏଦୀ ଭାବେ ଫୁଲବାଣୀ ଜିଲ୍ଲା କାରାଗାରକୁ ପଠାଇ ଦେଇଥିଲେ।

ଇଟିଭି ଭାରତ, କନ୍ଧମାଳ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.