ETV Bharat / state

ପୁଣି ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ - New Chief Administrator Of SJT

author img

By ETV Bharat Odisha Team

Published : Apr 8, 2024, 9:38 PM IST

New Chief Administrator Of SJT
New Chief Administrator Of SJT

New Chief Administrator Of SJT: ପୁଣି ଥରେ ବୀର ବିକ୍ରମ ଯାଦବ ହୋଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ପୁନର୍ବାର ବଦଳିଛନ୍ତି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ । ଆଉ ପୁଣି ଥରେ ବୀର ବିକ୍ରମ ଯାଦବ ହୋଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାର ଆଜି ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱରେ ରହିବେ । ୧୯୯୬ ବ୍ୟାଚର ଏହି ବରିଷ୍ଠ ପ୍ରଶାସକ ବର୍ତ୍ତମାନ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ରାଜ୍ୟ ସରକାର ବରିଷ୍ଠ ଆଇଏଏସ ଅଧିକାରୀ ବୀର ବିକ୍ରମ ଯାଦବଙ୍କୁ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନୂଆ ଦାୟିତ୍ୱ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ହେଲେ ବରିଷ୍ଠ ଆଇଏଏସ ଅଧିକାରୀ ବୀର ବିକ୍ରମ ଯାଦବ । ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟରେ ବୀର ବିକ୍ରମ ଯାଦବଙ୍କର ମଧ୍ୟ ଅବଦାନ ରହିଛି । ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ସେ ଲଗାତାର ପୁରୀ ଗସ୍ତ କରୁଥିଲେ । ଏହାସହ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ସମୀକ୍ଷା କରୁଥିଲେ । ପୂର୍ବରୁ ମଧ୍ୟ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବାବେଳେ ବହୁ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇ ଆସିଛନ୍ତି । ଗତ ୨୨ ଜାନୁଆରୀରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଥିଲେ ରାଜ୍ୟ ସରକାର । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବଦଳିଥିଲେ ୧୭ ଜିଲ୍ଲାପାଳ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କର ମଧ୍ୟ ବଦଳି ହୋଇଥିଲା ।

ଏହା ମଧ୍ୟ ପଢନ୍ତୁ...ନିର୍ବାଚନ ପୂର୍ବରୁ ଚଢ଼ାଉ ହେବ ଜୋରଦାର ! ଯୋଗଦେଲେ ନୂତନ ମୁଖ୍ୟ ଆୟକର କମିଶନର - Chief IT Commissioner Manoranjan

ପରିକ୍ରମା ପ୍ରକଳ୍ପ ଉଦଘାଟନ ସମୟରେ ଜିଲ୍ଲାପାଳ ଥିବା ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦିଆଯାଇଥିଲା । ଏବେ ବୀର ବିକ୍ରମ ଯାଦବଙ୍କୁ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ମିଳିଛି । ତେଣୁ ସମର୍ଥ ଶ୍ରୀ ଜଗନ୍ନାଥ ମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱରେ ରହିବେ ନା ନାହିଁ ତାହା ଜଣାପଡିନାହିଁ । ଏହା ପୂର୍ବରୁ ସମର୍ଥ ବର୍ମା ପୁରୀ ଜିଲ୍ଲାପାଳ ଭାବେ କାର୍ଯ୍ୟ କରି ଆସିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.