ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦେଖନ୍ତୁ LIVE

By ETV Bharat Odisha Team

Published : Feb 5, 2024, 6:26 PM IST

Updated : Feb 5, 2024, 6:34 PM IST

thumbnail

ଭୁବନେଶ୍ୱର: 3 ତାରିଖରୁ ଆରମ୍ଭ ହୋଇଥିବା ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଆଜି ଉଦଯାପିତ ହେଉଛି । ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବାର ସମ୍ଭାବନା ରହିଛି । ସମ୍ମିଳନୀ ଆଜି ସମାପନ ହେଉଥିଲେ ମଧ୍ୟ ପ୍ରଦର୍ଶନୀ ଆଉ ୩ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିପାରନ୍ତି । 3 ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ହେଉଛି ସମ୍ମିଳନୀ । ରାଜ୍ୟର କଳା, ସଂସ୍କୃତି, ଐତିହ୍ୟ ଓ ଭାଷା ସମ୍ପର୍କିତ ବିଭିନ୍ନ କଳାକୃତି ଏଥିରେ ପ୍ରଦର୍ଶିତ ହୋଇଛି । ସମ୍ମିଳନୀରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ, ପଦ୍ମଶ୍ରୀ, ପ୍ରଫେସର ଏବଂ ବହୁ ଜାତୀୟସ୍ତରର ବିଦ୍ୱାନ ଅଂଶଗ୍ରହଣ କରିଛନ୍ତି । ଓଡିଆ ଭାଷା ଏବଂ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ ହୋଇଛନ୍ତି । ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଦେଇଛନ୍ତି । ଦେଖନ୍ତୁ ଲାଇଭ୍‌...

ଇଟିଭି ଭାରତ, ଭୁବନେଶ୍ୱର

Last Updated : Feb 5, 2024, 6:34 PM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.