ରେଶମ ସହର ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ

By ETV Bharat Odisha Team

Published : Jan 26, 2024, 8:24 PM IST

thumbnail

75th Republic Day Celebrated : ବ୍ରହ୍ମପୁର : ମହାସମାରୋହରେ ପାଳିତ ହେଲା ୭୫ତମ ସାଧାରଣତନ୍ତ୍ର ଦିବସ । ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ବବିଦ୍ୟାଳୟ ଷ୍ଟାଡିୟମ ପରିସରରେ ଆୟୋଜିତ ହେଲା ୭୫ତମ ସାଧାରଣତନ୍ତ୍ର ଦିବସ । ଉତ୍ସବ ପାଳନ ଅବସରରେ ମୁଖ୍ୟ ଅତିଥି ଭାବରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି.ଆଓ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ, ହୋମଗାର୍ଡ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉର୍ଟ ଓ ଗାଇଡକୁ ମିଶାଯାଇ ମୋଟ ୩୭ଟି ଟ୍ରୁପ ପରେଡ ପ୍ରଦର୍ଶନ କରିଥିଲେ । ଆୟୋଜିତ ପରେଡରେ ରାଜସ୍ବ କମିଶନର ଅଭିବାଦନ ଗ୍ରହଣ କରିଥିଲେ ।

ଏହା ମଧ୍ୟ ପଢ଼ନ୍ତୁ.... ରାଜ୍ୟର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ, ଦିଲ୍ଲୀରୁ ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା

ଏହାପରେ ୬ଟି ଟ୍ରୁପ ପକ୍ଷରୁ ଡ୍ରିଲ ପ୍ରଦର୍ଶନ କରାଯାଇଥିଲା । ଶେଷରେ ବ୍ରହ୍ମପୁର ସ୍କେଟିଂ ଏକାଡେମୀ ପକ୍ଷରୁ ସୁନ୍ଦର ଦେଶାତ୍ମବୋଧକ ସଙ୍ଗୀତରେ କଳାକୌଶଳ ପ୍ରଦର୍ଶିତ ହୋଇଥିଲା । ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ସଂଘମିତ୍ରା ଦଳେଇ,ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାଃ ଶ୍ରବଣା ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମର କମିଶନର ଜେ.ସୋନାଲ, ବ୍ରହ୍ମପୁର ଉପ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ସମେତ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବହୁ ଅଧିକାରୀ ଉପସ୍ଥିତ ରହିଥିଲେ।

ଇଟିଭି ଭାରତ, ବ୍ରହ୍ମପୁର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.