ଗଜପତିରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

By ETV Bharat Odisha Team

Published : Jan 26, 2024, 11:13 AM IST

thumbnail

75th Republic day observed: ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ସମାରୋହ ପାଳିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଖେଳପଡିଆ ଠାରେ ଏହି ଜିଲ୍ଲାସ୍ତରୀୟ ସମାରୋହ ଆୟୋଜନ କରାଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସ୍ମୁତି ରଞ୍ଜନ ପ୍ରଧାନ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ଜିଲ୍ଲାପାଳ 75ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । 

ଏହାମଧ୍ୟ ପଢନ୍ତୁ.. ଆଜି ୭୫ତମ ସାଧାରଣତନ୍ତ୍ର ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ର
 

ଏହି ସମାରୋହରେ ଜିଲ୍ଲା ପୋଲିସ ଓ ଏନସିସି ଓ ଅନ୍ୟାନ୍ୟ ବିଦ୍ୟାଳୟଗୁଡିକର ଛାତ୍ରଛାତ୍ରୀ ଦ୍ବାରା ପରେଡ କରାଯାଇଥିଲା ବେଳେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ସହ ଜନସାଧାରଣ ଯୋଗ ଦେଇଥିଲେ । ଏଥିସହ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । 

ଇଟିଭି ଭାରତ, ଗଜପତି

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.