୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟ, ଯାଜପୁରରେ 87ଟି ସ୍କୁଲ ଲୋକାର୍ପିତ

By ETV Bharat Odisha Team

Published : Feb 12, 2024, 10:23 PM IST

thumbnail

Jajpur 5T School: ଯାଜପୁର: ଚତୁର୍ଥ ପର୍ଯ୍ୟାୟରେ 5T ରୁପାନ୍ତରିତ ଉଚ୍ଚ ବିଦ୍ୟାଳୟରେ ସାମିଲ ହେଲା ଯାଜପୁର ଜିଲ୍ଲାର ୮୭ଟି ଉଚ୍ଚ ବିଦ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଭାସି ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଯାଜପୁର ଟାଉନ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ସନ୍ଧ୍ୟାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ସମେତ ବିଜ୍ଞାନ କାରିଗରୀ ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତି ରଂଜନ ଘଡାଇ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ରୂପାନ୍ତରିତ ପ୍ରକଳ୍ପକୁ ପ୍ରଶଂସା କରିଥିଲେ ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ, ସାଂସଦ ଶର୍ମୀଷ୍ଠା ସେଠୀ, ରାଜ୍ୟସଭା ସାଂସଦ ସୁଲତା ଦେଓ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତ ରାୟ, କୋରେଇ ବିଧାୟକ ଅଶୋକ ବଳ, ଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ରଙ୍କୁ ସମେତ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ଶିକ୍ଷା କ୍ଷେତ୍ରରେ ସୁଦୃଢ଼ ଭିତ୍ତଭୂମି  ଆଗକୁ ନୂଆ ପ୍ରତିଭା ସୃଷ୍ଟି କରିବା ବୋଲି ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଶିଷ୍ଠ ଶିକ୍ଷାବିତ, ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ଶିକ୍ଷାନୁଷ୍ଠନର ଶିକ୍ଷକଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.