ବାରବାଟୀ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ, ନେହା କକ୍କରଙ୍କ ଗୀତରେ ଝୁମିଲେ ଦର୍ଶକ

By ETV Bharat Odisha Team

Published : Feb 28, 2024, 7:41 AM IST

thumbnail

Barabati Stadium Renovation:କଟକ: ନୂଆ ରୂପ ପାଇବ ବାରବାଟୀ । ବିସିସିଆଇ, ରାଜ୍ୟ ସରକାର ଏବଂ ଓଡ଼ିଶା କ୍ରିକେଟ ଆସୋସିଏସନର ମିଳିତ ଉଦ୍ୟମରେ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହେବ । ଏନେଇ ଗତକାଲି(ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ନୂତନ ବାରବାଟୀ ଷ୍ଟାଡିୟମ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବଲିଉଡ କଣ୍ଠଶିଳ୍ପୀ ନେହା କକର ଯୋଗଦେଇ ଗୋଟିଏ ପରେ ଗୋଟିଏ ହିଟ ଗୀତ ଗାଇ ଦର୍ଶକଙ୍କୁ ମତୁଆଲା କରିଥିଲେ । ବାରବାଟୀରେ ଝୁମିଥିଲେ ଦର୍ଶକ । ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା 41ଟି ଏକାଡେମୀର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମରେ ଆଇପିଏଲ ଚେୟାରମ୍ୟାନ ଅରୁଣ ଧୂମାଲ, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଅନ୍ତର୍ଜାତିକ ଖେଳାଳି ଇରଫାନ ପଠାନ , ପ୍ରଜ୍ଞାନ ଓଝା, ଦେବାଶିଷ ମହାନ୍ତି, ଶିବ ସୁନ୍ଦର ଦାସ ପ୍ରମୁଖ ଉପସ୍ଥିତ ଥିଲେ । 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.