ଭୁବନେଶ୍ୱରରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା - JP NADDA IN BHUBANESWAR

By ETV Bharat Odisha Team

Published : May 5, 2024, 4:35 PM IST

Updated : May 5, 2024, 4:46 PM IST

thumbnail
ଭୁବନେଶ୍ୱରରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା (ETV Bharat Odisha)

ଭୁବନେଶ୍ବର: ଓଡିଶାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆଜି (ରବିବାର) ଦିନ ଅପରାହ୍ନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପିର କର୍ମକର୍ତ୍ତାମାନେ ଭବ୍ୟ ସ୍ୱାଗତ କରିଛନ୍ତି । ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଢଙ୍ଗୀଙ୍କ ସହ ବହୁ କର୍ମକର୍ତ୍ତା ତାଙ୍କୁ ସ୍ୱାଗତ କରିଛନ୍ତି । ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ସେହିପରି ଆଜି ରାତିରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାରେ ପହଞ୍ଚିବେ ବୋଲି ସୂଚନା ମିଳିଛି । ମୋଦି ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରିଯାପନ କରିବେ । ଏଥିପାଇଁ ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାତିରେ ସେ ଦଳର ରାଜ୍ୟ ନେତୃତ୍ବଙ୍କ ସହ ମଧ୍ୟ ବୈଠକ କରିବେ । ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଓ ନବରଙ୍ଗପୁରରେ ଦୁଇଟି ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।

Last Updated : May 5, 2024, 4:46 PM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.